spot_img

Latest Posts

ଆସନ୍ତାକାଲିଠୁ ରତ୍ନଭଣ୍ଡାର ମରାମତି ; ରାଜ୍ୟ ସରକାରଙ୍କ ମାର୍ଗଦର୍ଶିକା ଅନୁୟାୟୀ ହେବ କାମ

ପୁରୀ : ଆସନ୍ତାକାଲି ଠାରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି। ରାଜ୍ୟ ସରକାରଙ୍କ ମାର୍ଗ ଦର୍ଶିକା ଅନୁସାରେ ରତ୍ନ ଭଣ୍ଡାର ମରାମତି ନେଇ ସମସ୍ତ ପଦକ୍ଷେପ ଗ୍ରହଣ କରାଯିବାକୁ ଲକ୍ଷ୍ୟ ରଖାଯାଇଥିବାବେଳେ ମରାମତି ସମୟରେ ସାଧାରଣ ଭକ୍ତ ବାହାର କାଠ ନିକଟରେ ଶ୍ରୀଜୀଉଙ୍କୁ ଦର୍ଶନ କରିପାରିବେ  । ସେଥିପାଇଁ ଭକ୍ତଙ୍କ ଦର୍ଶନ ଓ ମହାପ୍ରଭୁଙ୍କ ନୀତିକାନ୍ତିରେ ବାଧା ସୃଷ୍ଟି ନକରି ଏଏସଆଇ କରିବେ ମରାମତି  ।

ଏଏସଆଇ ଦ୍ୱିତୀୟ ଭୋଗମଣ୍ଡପ ପରେ ନିର୍ଦ୍ଧାରିତ ନୀତିନିର୍ଘଣ୍ଟ ଅନୁଯାୟୀ ପ୍ରାୟ ୫ ଘଣ୍ଟା ମରାମତି କରିବାକୁ ଥିବାବେଳେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଓ ମହାପ୍ରଭୁଙ୍କ ନୀତିକାନ୍ତିକୁ ସୂଚାରୁ ରୂପେ ସମ୍ପାଦିତ କରାଯିବା ଲକ୍ଷ୍ୟ ରଖାଯାଇଛି। ଦିନ ୧୨ଟା ୩୦ କିମ୍ବା ୧ଟା ପରଠାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ପାଖାପାଖି ମରାମତି କାର୍ଯ୍ୟ କରିବ ଏଏସଆଇ। ପ୍ରଥମେ ଲୁହା ଭାରା ବନ୍ଧାଯିବା ପରେ ଡିପ୍ଲାଷ୍ଟରିଂ କରାଯିବ। ଏହାପରେ ପୁରୁଣା ଲୁହା ବିମ୍ ଓ ପଥର‌ ମରାମତି କାର୍ଯ୍ୟ କରାଯିବ। ଉଭୟ ବାହାର ଓ ଭିତର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ କରାଯିବ। ସେପଟେ ରତ୍ନଭଣ୍ଡାର ମରାମତି କାର୍ଯ୍ୟକୁ ଆଗାମୀ ୫୦୦ ବର୍ଷକୁ ଦୃଷ୍ଟିରେ ରଖି ଉନ୍ନତ ଜ୍ଞାନକୌଶଳ ଦ୍ଵାରା ଦୀର୍ଘସ୍ଥାୟୀ ମରାମତି କରିବାକୁ ମତ ରଖିଛନ୍ତି ସେବାୟତ।

Latest Posts

Don't Miss