ଆସନ୍ତାକାଲିଠାରୁ ୪ ଦିନ ରତ୍ନଭଣ୍ଡାର କାମ ବନ୍ଦ

ପୁରୀ: ୪ ଦିନ ବନ୍ଦ ରହିବ ଶ୍ରୀମନ୍ଦିର ରତ୍ନଭଣ୍ଡାର କାମ । ୨୧ ତାରିଖରୁ ୨୪ ତାରିଖ ପର୍ଯ୍ୟନ୍ତ କାମ ବନ୍ଦ ରହିବ । ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ । ବୈଶାଖ କୃଷ୍ଣ ତ୍ରୟୋଦଶୀ ତିଥିରେ ମହାପ୍ରଭୁଙ୍କ ଏହି ସ୍ୱତନ୍ତ୍ର ନୀତି କରାଯାଇଥାଏ । ସେହିପରି ମଙ୍ଗଳବାର ରାମାଭିଷେକ ନୀତି କରାଯିବା ସହ ବୁଧବାର ବନକଲାଗି ନୀତି ଅନୁଷ୍ଠିତ ହେବ । ଏହି ବିଶେଷ ନୀତି ସମ୍ପାଦନକୁ ଦୃଷ୍ଟିରେ ରଖି ଆସନ୍ତା ୨୧ ତାରିଖରୁ ୨୪ ତାରିଖ ପର୍ଯ୍ୟନ୍ତ ଚାରିଦିନ ପାଇଁ ରତ୍ନଭଣ୍ଡାର ମରାମତି ତଥା ସଂରକ୍ଷଣ କାର୍ଯ୍ୟ ବନ୍ଦ ରଖାଯିବ । ରତ୍ନଭଣ୍ଡାର ମରାମତି ବନ୍ଦ ରଖାଯିବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।