ଟ୍ରକ୍‌କୁ ପଛରୁ ପିଟିଲା ଯାତ୍ରୀବାହୀ ବସ୍‌

1 min read

ବ୍ରହ୍ମପୁର: ଗଞ୍ଜାମ ଥାନା ଅନ୍ତର୍ଗତ ଅଗସ୍ତି ନୂଆଗାଁ ନିକଟରେ ସଡକ ଦୁର୍ଘଟଣା । ଟ୍ରକ୍‌କୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ ଜଣେ ଗୁରୁତର ହୋଇଥିବାବେଳେ ୨୦ଜଣ ଆହତ ହୋଇଛନ୍ତି । ସୂଚନା ଅନୁସାରେ ବ୍ରହ୍ମପୁରରୁ ଭୁବନେଶ୍ୱର ଯାଉଥିବା ସିଲକ ସିଟି’ ନାମକ ବସଟି ଅଗସ୍ତି ନୂଆଗାଁ ନିକଟସ୍ଥ ଟାଟାଶୋ ରୁମ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ଓଭର ଟେକ କରୁଥିବା ସମୟରେ ଟ୍ରକ ସହ ପଛପଟୁ ପିଟି ହୋଇଥିଲା ଯାତ୍ରୀବାହୀ ବସ୍‌ । ଫଳରେ ବସ୍‌ରେ ଥିବା ଯାତ୍ରୀମାନଙ୍କ ମଧ୍ୟରେ ଜଣେ ଗୁରୁତର ହୋଇଥିବାବେଳେ ୨୦ଜଣ ଆହତ ହୋଇଛନ୍ତି । ଅନ୍ୟ ସମସ୍ତ ଯାତ୍ରୀମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି । ସମସ୍ତ ଆହତଙ୍କୁ ଗଂଜାମ ପ୍ରାଥମିକ ଚିକିତ୍ସା କେନ୍ଦ୍ରରେ ଚିକିତ୍ସା କରାଯାଉଥିବାବେଳେ ଗୁରୁତରଙ୍କୁ ଛତ୍ରପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ')}

Leave a Reply