ଆଜିଠୁ ପୁଣି ଆରମ୍ଭ ହେଲା ଧରପଗଡ଼, ସ୍କୁଲ ପିଲାଙ୍କୁ ନେଉଥିବା ବସ୍ ଓ ଅନ୍ୟ ହାଲୁକା ଯାନର ଚେକିଂ

1 min read

ଭୁବନେଶ୍ୱର: ଆଜିଠୁ ପୁଣି ଆରମ୍ଭ ହେଲା ସ୍କୁଲ ଗାଡ଼ି ଧରପଗଡ଼। ସ୍କୁଲ ପିଲାଙ୍କୁ ପରିବହନ କରୁଥିବା ବସ୍ ଓ ଅନ୍ୟ ହାଲୁକା ଯାନ ଚେକିଂ ଅଭିଯାନ କଡ଼ାକଡ଼ି ହୋଇଛି । RTO ପକ୍ଷରୁ ଆଜିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍କୁଲ ଯାନବାହନର କଡ଼ାକଡ଼ି ଫିଟନେସ୍ ଚେକିଂ ଆରମ୍ଭ ହୋଇଛି । ୨୭ ତାରିଖ ଯାଏଁ ହେବାକୁ ଥିବା ଏହି ସ୍ପେଶାଲ ଡ୍ରାଇଭରେ ସ୍କୁଲ ପିଲାଙ୍କୁ ନେବା ଆଣିବା କରୁଥିବା ସବୁ ପ୍ରକାର ଗାଡ଼ିର ଫିଟେନସ୍, ପରମିଟ, ଇନସୁରାନ୍ସ, ପଲ୍ୟୁସନ ସାର୍ଟିଫିକେଟ ଆଦି ଯାଞ୍ଚ କରାଯାଉଛି । ସେହିପରି ନିର୍ଦ୍ଦିଷ୍ଟ ସଂଖ୍ୟାଠୁ ଅଧିକ ସଂଖ୍ୟାରେ ପିଲା ପରିବହନ କରୁଥିଲେ ଗାଡ଼ିର ଏବଂ ଚାଳକଙ୍କ ଲାଇସେନ୍ସ ଯାଞ୍ଚ୍ କରାଯାଉଛି । ସ୍କୁଲ ପିଲାଙ୍କ ସୁରକ୍ଷିତ ଯାତାୟାତକୁ ପରିବହନ ବିଭାଗ ଗୁରୁତ୍ବ ଦେଇଛି । ସପ୍ତାହେ ବ୍ୟାପୀ ଯାଞ୍ଚ ପରେ ୨୮ ତାରିଖରେ ରିପୋର୍ଟ ଦେବାକୁ ଆଞ୍ଚଳିକ ପରିବନ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ସେହିପରି ନିୟମ ଖିଲାପକାରୀଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ । ରାଜ୍ୟରେ ଅନେକ ସ୍କୁଲରେ କାଗଜପତ୍ର ଠିକ୍ ନ ଥିବା ଗାଡ଼ି ଛୋଟ ପିଲାଙ୍କୁ ବିପଦସଙ୍କୁଳ ଅବସ୍ଥାରେ ପରିବହନ କରୁଥିବା ଅଭିଯୋଗ ହେଉଛି । ଯେଉଁଥିପାଇଁ ଅନେକ ସମୟରେ ଦୁର୍ଘଟଣା ମଧ୍ୟ ଘଟୁଛି । ଏହି ଦୁର୍ଘଟଣା ଉପରେ ରୋକ୍ ଲଗାଇବା ପାଇଁ ଆରମ୍ଭ ହୋଇଛି ଧରପଗଡ଼ ।