ଆଜିଠୁ MLA ରୁଦ୍ର, ବିଧାୟକ ଭାବେ ନେଲେ ଶପଥ

ଭୁବନେଶ୍ୱର: ବିଧାୟକ ଭାବେ ଶପଥ ନେଲେ ରୁଦ୍ର ମହାରଥୀ । ଆଜି ବିଧାନସଭାରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ପିପିଲିର ନବ ନିର୍ବାଚିତ ବିଧାୟକ ରୁଦ୍ର ପ୍ରତାପ ମହାରଥୀଙ୍କୁ ଶପଥ ପାଠ କରାଇଛନ୍ତି । ରୁଦ୍ର ମହାରଥୀଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ବାଚସ୍ପତି । ପିପିଲିର ନବ ନିର୍ବାଚିତ ବିଧାୟକ ରୁଦ୍ର ମହାରଥୀ ।
ପିପିଲି ଉପନିର୍ବାଚନରେ ବିଜେଡ଼ି ପ୍ରାର୍ଥୀ ହୋଇଥିବା ରୁଦ୍ର ମହାରଥୀ ୨୦ ହଜାରରୁ ଅଧିକ ଭୋଟ ବ୍ୟବଧାନରେ ବିଜୟୀ ହୋଇଥିଲେ । ବିଜୟୀ ପରେ ଆଜି ବିଧାୟକ ଭାବେ ଶପଥ ନେଇଛନ୍ତି ରୁଦ୍ର ମହାରଥୀ ।