ନାମାଙ୍କନ ପାଇଁ ଶୋଭାଯାତ୍ରାରେ ବାହାରିଲେ ରୁଦ୍ର

1 min read

ପିପିଲି ବିଧାନସଭା ଆସନ ନେଇ ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବିଜୁ ଜନତା ଦଳ ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ । ଏ ନେଇ ଆଜି ସକାଳୁ ପିପିଲି ବିଜେଡି କାର୍ଯ୍ୟାଳୟରୁ ଏକ ଶୋଭାଯାତ୍ରାରେ ବାହାରିଛନ୍ତି ରୁଦ୍ର ପ୍ରତାପ ମହାରଥୀ । ଶୋଭାଯାତ୍ରାରେ ଦଳର ବରିଷ୍ଠ ନେତା ସାମିଲ । କରୋନା କଟକଣା ମାନି ଶୋଭାଯାତ୍ରାରେ ବାହାରିଛନ୍ତି ରୁଦ୍ର ମହାରଥୀ । ଅପରପକ୍ଷରେ ପିପିଲି ପାଇଁ ବିଜେଡିର ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ ସରିଛି । ପଞ୍ଚାୟତ, ବ୍ଲକ୍‌ ଏବଂ ଏନ୍‌ଏସି ଦାୟିତ୍ବ ମନ୍ତ୍ରୀ ଓ ବିଧାୟକଙ୍କୁ ଦିଆସରିଛି । ଦଳର ମହିଳା, ଛାତ୍ର ଓ ଯୁବ ସାମ୍ମୁଖ୍ୟକୁ ଏଥର ଦିଆଯାଇଛି ଅଧିକ ଗୁରୁତ୍ବ ।

ପିପିଲି ଉପ-ନିର୍ବାଚନ ନେଇ ବିଜେଡି ପକ୍ଷରୁ ରୁଦ୍ରଙ୍କ ନାମ ଘୋଷଣା ପରେ ଗତ ୨୮ ତାରିଖରେ ନବୀନ ନିବାସ ଯାଇ ଦଳୀୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟରୁ ଟିକେଟ୍ ଗ୍ରହଣ କରିଥିଲେ । ତାଙ୍କ ସହ ଭଉଣୀ ଓ ଭିଣୋଇ ମଧ୍ୟ ନବୀନ ନିବାସ ଯାଇଥିଲେ । ବାପାଙ୍କ ଅଧୁରା ସ୍ୱପ୍ନକୁ ପୂରଣ କରିବେ ବୋଲି କହିଛନ୍ତି ରୁଦ୍ର । ଚାଷୀଙ୍କ ଉନ୍ନତି, ପାନୀୟ ଜଳ, ଜଳସେଚନ ଉପରେ ଧ୍ୟାନ ଦେବେ ବୋଲି ରୁଦ୍ର କହିଛନ୍ତି । ଏଥିସହ ପରିବାରରେ ଟିକେଟ୍ ପାଇଁ ମତଭେଦ ଉପରେ ପ୍ରତିକ୍ରିୟା ରଖି ରୁଦ୍ର କହିଛନ୍ତି ଏହା ବିରୋଧୀ ଦଳର ଏକ ଚାଲ୍ । ପରିବାର ସବୁବେଳେ ଏକାଠି ଅଛି ବୋଲି କହିଛନ୍ତି ରୁଦ୍ର ।

Leave a Reply