ପ୍ରବାଦ ପୁରୁଷ ବିବୁବାବୁଙ୍କୁ ପୁଣି ସମ୍ମାନୀତ, ବିଜୁ ବାବୁଙ୍କୁ ସମ୍ମାନିତ କଲା ରୁଷ

ନନ୍ଦିଘୋଷ ବ୍ୟୁରୋ : ପ୍ରବାଦ ପୁରୁଷ ବିବୁବାବୁଙ୍କୁ ପୁଣି ସମ୍ମାନୀତ । ବିଜୁ ବାବୁଙ୍କୁ ସମ୍ମାନିତ କଲା ରୁଷ । ଋଷ ସରକାରଙ୍କୁ କୃତଜ୍ଞତା ଜଣାଇଲେ ନବୀନ ପଟ୍ଟନାୟକ । ନୂଆ ଦିଲ୍ଲୀ ରୁଷ ଦୁତାବାସରେ ଏକ ସ୍ୱତନ୍ତ୍ର ଫଳକ ଉନ୍ମୋଚିତ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ପୂର୍ବରୁ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ରୁଷର ରାଷ୍ଟ୍ରଦୂତ ଡାନିସ୍ ଆଲିପୋଭ ନବୀନ ପଟ୍ଟନାୟକଙ୍କୁ ସ୍ୱତନ୍ତ୍ର ଭାବରେ ନିମନ୍ତ୍ରଣ କରିଥିଲେ। ଏହି ନିମନ୍ତ୍ରଣ ରକ୍ଷା କରି କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ନବୀନ ପଟ୍ଟନାୟକ ଦିଲ୍ଲୀ ଯାଇଛନ୍ତି ।
ଦ୍ଵିତୀୟ ବିଶ୍ୱ ଯୁଦ୍ଧରେ ନାଜିବାଦ ବିରୁଦ୍ଧରେ ରୁଷିଆର ବିଜୟ ଉତ୍ସବର ୮୦ ତମ ବାର୍ଷିକୀକୁ ଆଜି ମଇ ୯ ତାରିଖରେ ପାଳନ କରାଯାଇଛି। ଏହି ଅବସରରେ ଆଜି ଦିଲ୍ଲୀସ୍ଥିତ ରୁଷିଆ ଦୂତାବାସରେ ଏକ ସ୍ୱତନ୍ତ୍ର ଉତ୍ସବର ଆୟୋଜନ କରାଯାଇଛି । ଦ୍ଵିତୀୟ ବିଶ୍ୱ ଯୁଦ୍ଧ ସମୟରେ ଅସୀମ ସାହସିକତା ପ୍ରଦର୍ଶନ କରି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଷ୍ଟାଲିନ ଗ୍ରାଡ଼ ଅଭିଯାନରେ ସାମିଲ ହୋଇ ଲାଲ ବାହିନୀକୁ ଅସ୍ତ୍ରଶସ୍ତ୍ର ଯୋଗାଇ ବିଜୟ ପଥ ସୁଗମ କରିଥିଲେ । ବିଜୁବାବୁଙ୍କ ଏହି ମହାନ ଅବଦାନକୁ ସମ୍ମାନ ଜଣାଇ ଆଜି ନୂଆ ଦିଲ୍ଲୀ ରୁଷ ଦୁତାବାସରେ ଏକ ସ୍ୱତନ୍ତ୍ର ଫଳକ ଉନ୍ମୋଚିତ କାର୍ଯ୍ୟକ୍ରମ ରହିଛି ।