ନବରଙ୍ଗପୁର ଜିଲ୍ଲାର ଡାବୁଗାଁ ନିର୍ବାଚନ ମଣ୍ଡଳୀରେ ୧୦ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପକୁ ମଞ୍ଜୁର

1 min read

ଭୁବନେଶ୍ୱର : ନବରଙ୍ଗପୁର ଜିଲ୍ଲାର ଡାବୁଗାଁ ନିର୍ବାଚନ ମଣ୍ଡଳୀରେ  ୧୦ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୭.୯୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ଗୁଚ୍ଛାଗୁଡାଦେଇ ଏକୋରି ପର୍ଯ୍ୟନ୍ତ ରାସ୍ତା ଉପରେ ସେତୁ କରିବା ପାଇଁ ୮.୫୮ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ଦ୍ୱାର ୩ ହଜାର ୫୦୦ ଲୋକ ଉପକାର ପାଇବେ। ସେହିପରି ନୂଆଗୁଡାଠାରେ ଏକ ସେତୁ ପାଇଁ ୫.୫୪ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ଦ୍ୱାର ୪୩୧୮ ଲୋକ ଉପକାର ପାଇବେ। ପାପଡାହାଣ୍ଡି- ଉମରକୋଟ ରାସ୍ତା ତୁରିନାଳ ଉପରେ ସେତୁ ପାଇଁ ୭.୧୪ କୋଟି ଟଙ୍କା, ୫ ଲକ୍ଷ ଲୋକ ଉପକାର ପାଇବେ। ଏହା ସହିତ ଅନେକ ସେତୁ, ସଡକ ଓ ବିଦ୍ୟାଳୟ ପାଇଁ ଅର୍ଥ ମଞ୍ଜୁର କରାଯାଇଛି। ଝରିଗାଁ ନିର୍ବାଚନ ମଣ୍ଡଳୀରେ  ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୧୧.୬୮ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ଚନ୍ଦାହାଣ୍ଡିରେ ଏକ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ପାଇଁ ୬୧.୪୫ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ଦ୍ୱାରା ୧୧ ହଜାର ଚାଷୀ ଉପକାର ପାଇବେ। ସେହିପରି ଝରିଗାଁ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ପାଇଁ ୪୦.୬୭ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ଦ୍ୱାର ୫ ହଜାର ଚାଷୀ ଉପକାର ପାଇବେ। ଚନ୍ଦନଧାରା ଓ ଭୈରଘୁମର ଜଳପ୍ରପାତରେ ୨ଟି ପର୍ଯ୍ୟଟନ ପ୍ରକଳ୍ପ ହେବ, ଏଥିରେ ପ୍ରାୟ ୮୦ ହଜାର ଲୋକ ଉପକୃତ ହେବେ।

ଭାସ୍କେଲ ନଦୀ ଉପରେ ବନ୍ୟା ନିୟନ୍ତ୍ରଣ ପ୍ରକଳ୍ପ କରାଯିବ, ଏହା ଦ୍ୱାରା ୫୦ ହଜାର ଲୋକ ଉପକାର ପାଇବେ। ସେହିପରି ମା’ ବିଦ୍ରୀ ମନ୍ଦିରର ଉନ୍ନତିକରଣ ଓ ଅନେକ ସ୍କୁଲ କଲେଜ ରହିଛି। ଉମରକୋଟ ନିର୍ବାଚନ ମଣ୍ଡଳୀରେ  ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୬ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ଭାକେଲ ଡ୍ୟାମ ଉପରେ ପର୍ଯ୍ୟଟନ ପ୍ରକଳ୍ପ ପାଇଁ ୫.୬୭ କୋଟି, ପୋଡାଗଡ ପ୍ରସିଦ୍ଧ ଶୈବ ପୀଠ ଓ ଐତିହାସିକ କ୍ଷେତ୍ରରେ ପର୍ଯ୍ୟଟନ ଭିତ୍ତିଭୂମି ପାଇଁ ୩ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହି ୨ଟି ପ୍ରକଳ୍ପ ଦ୍ୱାର ୧ ଲକ୍ଷରୁ ଅଧିକ ଲୋକ ଉପକୃତ ହେବେ। ସେହିପରି ନାୟକଗୁଡାରୁ ପିତିସିଲ ପର୍ଯ୍ୟନ୍ତ ରାସ୍ତା ନିର୍ମାଣ ପାଇଁ ୪ କୋଟି ଟଙ୍କା, ଭାସ୍କେଲ ଡ୍ୟାମର ତଳପଟେ ପିଲାଙ୍କ ପାର୍କ ପାଇଁ ୧.୫୦ କୋଟି ଟଙ୍କା ମଞ୍ଜୁର କରାଯାଇଛି। ନବରଙ୍ଗପୁର ନିର୍ବାଚନ ମଣ୍ଡଳୀରେ  ୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୩.୧୧ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ନବରଙ୍ଗପୁର ପୌରାଞ୍ଚଳରେ ୪ଟି ବହୁମୂଖୀ କମ୍ୟୁନିଟି ହଲ୍‌ ପାଇଁ ୩.୮୩ କୋଟି, ମାଙ୍ଗରାଡୋରା ଜଳପ୍ରପାତ ପର୍ଯ୍ୟଟନ ଭିତ୍ତି ପାଇଁ ୩.୨୦ କୋଟି, ମାଣ୍ଡାଡୋଗରି ଶୈବକ୍ଷେତ୍ର ଉନ୍ନତି ପାଇଁ ୨.୨୦ କୋଟି ଟଙ୍କା ମଞ୍ଜୁର କରାଯାଇଛି।

ନଜର ପକାନ୍ତୁ ଏହି ଖବର ଉପରେ :  କଳାହାଣ୍ଡି, ଜୁନାଗଡ ନିର୍ବାଚନ ମଣ୍ଡଳୀରେ ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଏ ସବୁ ପ୍ରକଳ୍ପ ଦ୍ୱରା ୨ ଲକ୍ଷରୁ ଅଧିକ ଲୋକ ଉପକରା ପାଇବେ। ନବରଙ୍ଗପୁର କଲେଜ ଓ ମଡେଲ ଡିଗ୍ରୀ କଲେଜ ଉନ୍ନତିକରଣ ସହିତ ମା’ ଭଣ୍ଡାରଘରଣୀ ମନ୍ଦିର ସୌନ୍ଦର୍ଯ୍ୟକରଣ ପ୍ରକଳ୍ପ ମଧ୍ୟ ନିଆଯାଇଛି। ନବରଙ୍ଗପୁରର ଲାଖ କାରିଗରଙ୍କ ପାଇଁ ଏକ କଞ୍ଚାମାଲ ବ୍ୟାଙ୍କ ମଧ୍ୟ କରାଯିବ। ଏହା ଦ୍ୱାର ୨୦୦ କାରିଗର ପରିବାର ଉପକାର ପାଇବେ। ଏହି ପରି ନବରଙ୍ଗପୁର ଜିଲ୍ଲାର ୪ଟି ନିର୍ବାଚନ ମଣ୍ଡଳୀରେ ସମୁଦାୟ ୩୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୬୮.୭୩ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ।