ଆଇଏଏସ୍ ସ୍ତରରେ ଅଦଳବଦଳ; ସଞ୍ଜୟ ସିଂ ହେଲେ ବିଏମସି କମିଶନର

ଭୁବନେଶ୍ୱର: ଆଇଏଏସ୍ ସ୍ତରରେ ଅଦଳବଦଳ କରାଯାଇଛି । ସରକାରଙ୍କ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀଙ୍କୁ ବଦଳି କରାଯାଇଛି । ଏବେ ତାଙ୍କ ସ୍ଥାନ ନେବାକୁ ଯାଉଛନ୍ତି ସଞ୍ଜୟ ସିଂ ।

ପ୍ରେମଚନ୍ଦ୍ର ଚୌଧୁରୀ ପୂର୍ବରୁ ବିଏମସି କମିଶନର ତଥା ଭୁବନେଶ୍ୱର ଡେଭଲପମେଣ୍ଟ ଅଥୋରିଟି (ବିଡିଏ)ର ଭାଇସ୍ ଚେୟାରମ୍ୟାନ୍ (ଅତିରିକ୍ତ) ତଥା ଭୁବନେଶ୍ୱର ସ୍ମାର୍ଟ ସିଟି ଲି.ର ସିଇଓ ଦାୟିତ୍ୱରେ ଥିଲେ । ହେଲେ ଏବେ ତାଙ୍କୁ ସାଧାରଣ ପ୍ରଶାସନର ସ୍ବତନ୍ତ୍ର ଅଧିକାରୀ ଦାୟିତ୍ବ ପ୍ରଦାନ କରାଯାଇଛି।

ସଞ୍ଜୟ କୁମାର ସିଂ ନୂଆ ବିଏମସି କମିଶନର ଦାୟିତ୍ୱ ନେବା ସହ  ବିଡିଏର ଉପାଧ୍ୟକ୍ଷ ଦାୟିତ୍ୱରେ ମଧ୍ୟ ରହିବେ । ସ୍ମାର୍ଟ ସିଟିର ସିଇଓ ଦାୟିତ୍ୱ ମଧ୍ୟ ସଞ୍ଜୟ ସିଂହ ନେବେ ।

ବିଷ୍ଣୁପଦ ସେଠୀଙ୍କୁ ସୂଚନା ଓ ଲୋକ ସଂପର୍କ ଦାୟିତ୍ୱ ମିଳିଛି । ବିଷ୍ଣୁପଦ ସେଠୀ ଏବେ ରାଜସ୍ୱ ବିଭାଗର ପ୍ରମୁଖ ସଚିବ ଅଛନ୍ତି । ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଦାୟିତ୍ୱରେ ମଧ୍ୟ ଅଛନ୍ତି ବିଷ୍ଣୁପଦ ସେଠୀ ।

କ୍ରିଷନ କୁମାରଙ୍କୁ ଇଡକୋର ଅତିରିକ୍ତ ଦାୟିତ୍ୱ ମିଳିଛି । କ୍ରିଷନ କୁମାର ଏବେ ପୂର୍ତ୍ତ ବିଭାଗ ସଚିବ ଦାୟିତ୍ୱରେ ଅଛନ୍ତି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱରେ ମଧ୍ୟ ଅଛନ୍ତି କ୍ରିଷନ କୁମାର । ପିକେଡିଏର ଅତିରିକ୍ତ ଦାୟିତ୍ୱରେ ଅଛନ୍ତି କ୍ରିଷନ କୁମାର।

ହେମନ୍ତ ଶର୍ମାଙ୍କୁ ଦକ୍ଷତା ବିକାଶ ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ହେମନ୍ତ ଶର୍ମାଙ୍କୁ ବୈଷୟିକ ଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ ମିଳିଛି । ହେମନ୍ତ ଶର୍ମା ଏବେ ଶିଳ୍ପ ବିଭାଗର ସଚିବ ଅଛନ୍ତି । ଇପିକଲ୍ର ଅଧ୍ୟକ୍ଷ ଦାୟିତ୍ୱରେ ମଧ୍ୟ ଅଛନ୍ତି ହେମନ୍ତ ଶର୍ମା ।

Leave a Reply