ଅଷ୍ଟମ ଓ ଏକାଦଶ ଶ୍ରେଣୀ ଖୋଲିବା ନେଇ ଆସିଲା ଏସଓପି

School And Mass Education Issued SOP For VIII And XI Class Reopen

ଭୁବନେଶ୍ୱର: ଖୋଲିବ ଅଷ୍ଟମ ଓ ଏକାଦଶ ଶ୍ରେଣୀ । ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏସଓପି ଜାରି ହୋଇଛି । ସ୍କୁଲ୍ ଖୋଲିବା ପୂର୍ବରୁ ସ୍କୁଲ ପରିଚାଳନା କମିଟି ସହ ଆଲୋଚନା ହେବ । ଆଲୋଚନା ପାଇଁ ଜିଲ୍ଲାପାଳଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ନିର୍ଦ୍ଦେଶ ଦେଇଛନ୍ତି । ସ୍କୁଲ ଖୋଲିବା ପୂର୍ବରୁ ବିପଦସଙ୍କୁଳ ସ୍ପଟ ଚିହ୍ନଟ କରିବେ କର୍ତ୍ତୃପକ୍ଷ । ସ୍କୁଲ ପରିଷ୍କାର କରିବାକୁ ଅଭିଭାବକ ଓ ପଞ୍ଚାୟତିରାଜ ସଦସ୍ୟଙ୍କ ସହଯୋଗ ନିଆଯାଇ ପାରିବ ।

School And Mass Education Issued SOP For VIII And XI Class Reopen

ସବୁ ଶ୍ରେଣୀଗୃହକୁ ସାନିଟାଇଜ କରିବାକୁ ନିର୍ଦ୍ଦେଶ ଦିଆଯାଯାଇଛି । ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କ ପାଇଁ ରହିବ ମାସ୍କ ଓ ସାନିଟାଇଜର । ଦୈନିକ ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କ ଥର୍ମାଲ ସ୍କ୍ରିନିଂ କରାଯିବ । ସ୍କୁଲରେ ଛାତ୍ରଛାତ୍ରୀଙ୍କ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିବେ ବ୍ଲକ ଶିକ୍ଷା ଅଧିକାରୀ । ପିଲାଙ୍କ ଭିତରେ ସ୍କୁଲ ଯିବାକୁ ଆଗ୍ରହ ଅଛି । ହେଲେ କରୋନା ସମ୍ପୂର୍ଣ୍ଣ ଭାବେ ଯାଇନି । ଯେମିତି ସବୁ ଶିକ୍ଷକ ଡବଲ ଡୋଜ୍ ଟିକା ନେଇଥିବେ ତା’ ଉପରେ ସ୍ୱତନ୍ତ୍ର ଦୃଷ୍ଟି ଦିଆଯିବ ବୋଲି ବିଭାଗୀୟ ମନ୍ତ୍ରୀ କହିଛନ୍ତି ।

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ସ୍ୱାସ୍ଥ୍ୟ ବିଭାଗ ମିଳିତ ଭାବେ କାମ କରିବେ । ଯେଉଁଠି ଛାତ୍ରଛାତ୍ରୀଙ୍କ ଭିତରେ ସାମାନ୍ୟ ଲକ୍ଷଣ ଦେଖାଯିବ, ତାଙ୍କୁ ତୁରନ୍ତ ଚିକିତ୍ସା ଦିଆଯିବା ନେଇ ଗୁରୁତ୍ୱ ଦିଆଯିବ । ମୁଖ୍ୟମନ୍ତ୍ରୀ ସବୁ ସମୟରେ ଶିକ୍ଷା ସହ ସ୍ୱାସ୍ଥ୍ୟକୁ ଗୁରୁତ୍ୱ ଦେଇଛନ୍ତି । ତେଣୁ ସ୍କୁଲ ଖୋଲିବା ପ୍ରକ୍ରିୟା ଆରମ୍ଭ ହୋଇଥିବା ମନ୍ତ୍ରୀ କହିଛନ୍ତି ।

Leave a Reply