ଅବିଶ୍ରାନ୍ତ ବର୍ଷା ଯୋଗୁଁ ସ୍କୁଲ ଛୁଟି ଘୋଷଣା କଲେ ୮ ଜିଲ୍ଲାପାଳ

1 min read

ଭୁବନେଶ୍ବର: ଅବିଶ୍ରାନ୍ତ ବର୍ଷା ଯୋଗୁଁ ୮ ଜିଲ୍ଲାରେ ସ୍କୁଲ ବନ୍ଦ । କେନ୍ଦୁଝର, ବଲାଙ୍ଗୀର, କଳାହାଣ୍ଡି, ଢେଙ୍କାନାଳ, ନୂଆପଡ଼ା ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି । ସେହିପରି ସମ୍ବଲପୁର, ବୌଦ୍ଧ ଓ ମୟୂରଭଞ୍ଜ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଲଗାଣ ବର୍ଷ ଯୋଗୁ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ପାଇଁ ଜିଲ୍ଲପାଳ ଘୋଷଣା କରିଛନ୍ତି ।

ବାଂଲାଦେଶ ଉପକୂଳ ଅତିକ୍ରମ କରିଛି ଗଭୀର ଅବପାତ । ପଶ୍ଚିମ- ଉତ୍ତର ପଶ୍ଚିମ ଦିଗରେ ଏହା ଘଣ୍ଟା ପ୍ରତି ୨୭ କିଲୋମିଟର ବେଗରେ ଗତି କରୁଛି । ଆଜି ଏହା ଗାଙ୍ଗେୟ ଉପତ୍ୟକା ଅତିକ୍ରମ କରି ପରେ ଦୁର୍ବଳ ହୋଇ ଅବପାତରେ ପରିଣତ ହେବ । ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ସହିତ ଘଣ୍ଟା ପ୍ରତି ୫୫ରୁ ୬୫ କିଲୋମିଟର ବେଗରେ ପବନ ବହୁଛି । ଆଜି ଅତିଭୀଷଣ ବର୍ଷା ନେଇ ୪ଟି ଜିଲ୍ଲାକୁ ରେଡ ଆଲର୍ଟ ଜାରି ହୋଇଛି ।

ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ ଓ ସମ୍ବଲପୁରରେ ଅତିଭୀଷଣ ବର୍ଷା ସମ୍ଭାବନା ରହିଛି । ସେହିପରି ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୯ ଜିଲ୍ଲା ଦେବଗଡ଼, ଅନୁଗୁଳ, କେନ୍ଦୁଝର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି ଓ କନ୍ଧମାଳକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି ହୋଇଛି । ଏହି ସବୁ ଜିଲ୍ଲାରେ ୭୦ରୁ ୨୦୦ ମିଲିମିଟର ବର୍ଷା ସମ୍ଭାବନା ରହିଛି । ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।