ଆସନ୍ତା ସୋମବାରରୁ ଖୋଲିବ ସ୍କୁଲ, ସକାଳ ୬ଟା ୩୦ରୁ ଦିନ ୧୧ଟା ପର୍ଯ୍ୟନ୍ତ ପାଠପଢା

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ନିଷ୍ପତ୍ତିକ୍ରମେ ଆସନ୍ତା ୧୭ ତାରିଖ ସୋମବାରଠୁ ରାଜ୍ୟ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଖୋଲିବ । ପ୍ରଥମରୁ ଦ୍ବାଦଶ ପର୍ଯ୍ୟନ୍ତ ପାଠପଢା ସକାଳ ୬ଟା୩୦ରୁ ଆରମ୍ଭ ହୋଇ ଦିନ ୧୧ଟା ପର୍ଯ୍ୟନ୍ତ ଚାଲିବ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ମାନେ ସେମାନଙ୍କ ଜିଲ୍ଲାର ବିଦ୍ୟାୟର ସମୟ ନିର୍ଘଣ୍ଟକୁ ପରିବର୍ତ୍ତନ କରିପାରିବେ । ବିଦ୍ୟାଳୟଗୁଡିକରେ ପାନୀୟ ଜଳ ଓ ଅନ୍ୟାନ୍ୟ ସୁବିଧା ଉପଲବ୍ଧ କରାଇବା ନିମନ୍ତେ ସମସ୍ତ ବିଦ୍ୟାଳୟ ଯତ୍ନବାନ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ଏପ୍ରିଲ ୧୨ରୁ ୧୬ ତାରିଖ ପର୍ଯ୍ୟନ୍ତ ସ୍କୁଲ ବନ୍ଦ ରହିଛି ।