spot_img

Latest Posts

ଦେଶର ୩୩୧ଟି ସହରରେ ଆଜିଠୁ JEE ମେନ୍‌

ଭୁବନେଶ୍ୱର: ଆଜିଠୁ ଜେଇଇ ମେନ। ଦେଶର ୩୩୧ଟି ସହରରେ ପରୀକ୍ଷା ହେଉଥିବା ବେଳେ ଏହା ୧୮ତାରିଖ ପର୍ଯ୍ୟନ୍ତ ଚାଲିବ। ଇଞ୍ଜିନିୟରିଂ ପାଠ୍ୟକ୍ରମରେ ନାମଲେଖା ଲାଗି ସର୍ବଭାରତୀୟସ୍ତରରେ ଏନଟିଏ ଦ୍ୱାରା ପରୀକ୍ଷା ପରିଚାଳିତ ହେଉଛି। କମ୍ପ୍ୟୁଟର୍‌ ବେସ୍‌ଡ ଟେଷ୍ଟ ବା ସିବିଟି ମାଧ୍ୟମରେ ପରୀକ୍ଷା କରାଯାଉଛି। ଓଡ଼ିଶାର ୧୭ଟି ସହରରେ ପରୀକ୍ଷା କେନ୍ଦ୍ର ହୋଇଛି। ରାଜ୍ୟର ପ୍ରାୟ ୩୦ ହଜାର ଛାତ୍ରଛାତ୍ରୀ ଏହି ପରୀକ୍ଷାରେ ଅଂଶଗ୍ରହଣ କରିବେ। କରୋନା ଲାଗି ଚଳିତବର୍ଷ ୪ଟି ସେକ୍ସନ୍‌ରେ ପରୀକ୍ଷା ହେଉଛି। ପ୍ରତିଦିନ ଦୁଇଟି ସିଟିଂରେ ପରୀକ୍ଷା ହେବ। ପୂର୍ବାହ୍ନ ୯ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ପ୍ରଥମ ଓ ଅପରାହ୍ନ ୩ଟାରୁ ସନ୍ଧ୍ୟା ୬ଟା ମଧ୍ୟରେ ଦ୍ୱିତୀୟ ସିଫ୍ଟ ପରୀକ୍ଷା ହେବ। ପୂର୍ବାହ୍ନରେ ହେବାକୁ ଥିବା ପରୀକ୍ଷା ଲାଗି ପରୀକ୍ଷାର୍ଥୀ ସକାଳ ୭ଟା ୩୦ରୁ ୮ଟା ୩୦ ଏବଂ ଅପରାହ୍‌ଣ ସେକ୍ସନ ଲାଗି ଅପରାହ୍‌ଣ ୨ଟାରୁ ୨ଟା ୩୦ ମଧ୍ୟରେ ପରୀକ୍ଷା କେନ୍ଦ୍ରକୁ ପ୍ରବେଶ କରିପାରିବେ। ପରୀକ୍ଷା ଲାଗି ଏଥର ବି କଡ଼ା କଟକଣା ଲାଗୁ ହୋଇଛି। ପରୀକ୍ଷା କେନ୍ଦ୍ରକୁ ଯିବା ସମୟରେ ପରୀକ୍ଷାର୍ଥୀ ଆଡମିଟ୍‌ କାର୍ଡ ସମେତ ଯେକୌଣସି ଫଟୋ ପରିଚୟପତ୍ର, ନିଜସ୍ୱ ପାଣି ବୋତଲ, ସାନିଟାଇଜର ଆଣିବାକୁ କୁହାଯାଇଛି। ମାସ୍କ ପିନ୍ଧିବା ବାଧ୍ୟତାମୂଳକ ହୋଇଥିବା ବେଳେ ସାମାଜିକ ଦୂରତା ରକ୍ଷା କରିବାକୁ କୁହାଯାଇଛି। ଓଡ଼ିଆ, ହିନ୍ଦୀ, ଇଂରାଜୀ ସମେତ ୯ଟି ଆଞ୍ଚଳିକ ଭାଷାରେ ପରୀକ୍ଷା ଅନୁଷ୍ଠିତ ହେଉଛି।

Latest Posts

Don't Miss