ଏଥର ଭକ୍ତ ନିରାଶ, ଚନ୍ଦ୍ରଭାଗାରେ ବୁଡ଼ ପକାଇବାକୁ ପ୍ରଶାସନ କଲା ବାରଣ

Chandrabhaga

ପୁରୀ: ଚଳିତ ବର୍ଷ କୋଭିଡ୍‌ କଟକଣା ମଧ୍ୟରେ ଅନୁଷ୍ଠିତ ହେବ ଚନ୍ଦ୍ରଭାଗା ମାଘ ମେଳା । ଜନ ସମାଗମରୁ କରୋନା ବ୍ୟାପିବାର ଆଶଙ୍କା ଥିବାରୁ କୋଣାର୍କ ଥାନା ଅଧିନସ୍ଥ ଚନ୍ଦ୍ରଭାଗା ମେଳା ପଡିଆରେ ୧୪୪ ଧାରା ଜାରି କରାଯାଇଛି । ଆସନ୍ତା ୧୮ ତାରିଖ ପୂର୍ବାହ୍ନ ୧୧ଟାରୁ ୧୯ ତାରିଖ ଅପରାହ୍ନ ୧ ଘଟିକା ପର୍ଯ୍ୟନ୍ତ ଏହି ଧାରା ବଳବତ୍ତର ରହିବ ।

ଏହି ସମୟ ମଧ୍ୟରେ ଜନସାଧାରଣଙ୍କ ଚନ୍ଦ୍ରଭାଗାରେ ବୁଡ଼ ପକାଇବା ଏବଂ ପହିଲି ସୂର୍ଯ୍ୟ ଦର୍ଶନ ଉପରେ କଟକଣା ଜାରି ରହିବ । ଜିଲ୍ଲା ପ୍ରଶାସନ ପକ୍ଷରୁ ଉପଜିଲ୍ଲାପାଳ ଭବତାରଣ ସାହୁ ୧୪୪ ଧାରା ଜାରି କରିଛନ୍ତି । ସ୍ୱତନ୍ତ୍ର ରିଲିଫ୍‌ କମିଶନରଙ୍କ ପକ୍ଷରୁ ଗତ ୩୦ ତାରିଖରେ ଜାରି ନିର୍ଦ୍ଦେଶନାମା ଅନୁଯାୟୀ କେବଳ ସର୍ବାଧିକ ପାଞ୍ଚ ଶହ ବ୍ୟକ୍ତିଙ୍କ ଉପସ୍ଥିତିରେ ଠାକୁରଙ୍କ ଯଥାବିଧି ପୂଜାର୍ଚ୍ଚନା ସହ ଚନ୍ଦଭାଗା ବୁଡ଼ ସମ୍ପର୍ଣ୍ଣ ହେବ ।

ଏଥିରେ ସଂପୃକ୍ତ ସେବାୟତ, ବିମାନ ଯାତ୍ରାରେ ସାମିଲ ସହାୟକ, ସରକାରୀ ଅଧିକାରୀ ଓ କର୍ମଚାରୀ, ସ୍ଥାନୀୟ ସାମ୍ବାଦିକ ସାମିଲ ରହିବେ । ଏଥିରେ ସହଯୋଗ କରିବାକୁ ପ୍ରଶାସନ ପକ୍ଷରୁ ଜନସାଧାରଣ ମାନଙ୍କୁ ଅନୁରୋଧ କରାଯାଇଛି । ଯଦି କେହି କଟକଣା ଉଲଙ୍ଘନ କରିବାକୁ ଚେଷ୍ଟା କରନ୍ତି ତେବେ ସେମାନଙ୍କ ବିରୁଦ୍ଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନିଷ୍ପତି ହୋଇଛି ।

Leave a Reply