spot_img

Latest Posts

ତାତିଲେ ଅବସରପ୍ରାପ୍ତ ସେନା କର୍ମଚାରୀ,  ଭୁବନେଶ୍ବର ପୋଲିସ ସେବା ଭବନ ସମ୍ମୁଖରେ ବିକ୍ଷୋଭ

ନନ୍ଦିଘୋଷ ବ୍ୟୁରୋ: ଭୁବନେଶ୍ଵରରେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା। ତାତିଲେ ଅବସରପ୍ରାପ୍ତ ସେନା କର୍ମଚାରୀ। ଭୁବନେଶ୍ବର ପୋଲିସ ସେବା ଭବନ ସମ୍ମୁଖରେ ସେମାନେ କରିଛନ୍ତି ବିକ୍ଷୋଭ। କଡ଼ା କାର୍ଯ୍ୟାନୁଷ୍ଠାନ ସହ ଘଟଣାର ବିଚାର ବିଭାଗୀୟ ତଦନ୍ତ ଦାବି କରିଛି ଅବସରପ୍ରାପ୍ତ ସେନା କର୍ମଚାରୀ ସଂଘ।

କହି ରଖୁଛୁ କି, ଭରତପୁର ଥାନାରେ ଏଭଳି ଘଟଣା ଘଟିଥିବାବେଳେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ।  ଭରତପୁର ଥାନା ଅଧିକାରୀଙ୍କ ସମେତ ୫ ଜଣ ସସପେଣ୍ଡ। ସେମାନେ ହେଲେ ଆଇଆଇସି ଦୀନକୃଷ୍ଣ ମିଶ୍ର, ଏସଆଇ ବୈଶାଳିନୀ ପଣ୍ଡା, ଏଏସଆଇ ସଲିଳମୟୀ ସାହୁ, ଏଏସଆଇ ସାଗରିକା ରଥ ଓ କନଷ୍ଟେବଳ ବଳରାମ ହାଁସଦା ସସପେଣ୍ଡ I ଗତକାଲି ଭାରତପୁର ଥାନାରୁ ତଦନ୍ତ ସାରିବା ପରେ, ରିପୋର୍ଟ ପ୍ରଦାନ କରିଥିଲେ ଡ଼ିଏସପି ନରେନ୍ଦ୍ର ବେହେରା। ଓଡିଶା ଅବସରପ୍ରାପ୍ତ ସେନା ସଂଘର ଅଭିଯୋଗ ଅନୁସାରେ ଶନିବାର ବିଳମ୍ବିତ ରାତି ୧୨ଟା ୩୦ରେ ଦୁର୍ବୃତ୍ତଙ୍କ ଆକ୍ରମଣର ଶିକାର ହୋଇଥିଲେ ମେଜର ଗୁରବନ୍ତ ସିଂ ଓ ତାଙ୍କ ବାନ୍ଧବୀ । ମେଜର ଗୁରୁବନ୍ତ ଓ ତାଙ୍କ ବାନ୍ଧବୀ ଅଙ୍କିତା ପଟିଆର ଏକ ରେସ୍ତେରାଁରୁ ଆସୁଥିବା ବେଳେ ରାସ୍ତାରେ ଏକ କାରକୁ ଓଭରଟେକ କରିବାପରେ ପଛରୁ ଆସୁଥିବା ଗାଡ଼ିରୁ କିଛି ଯୁବକ ସେମାନଙ୍କୁ ଅଟକାଇ ଧକ୍କା ମାରିବା ସହ ଧମକ ଦେଇଥିଲେ । ଏନେଇ ମେଜର ଓ ତାଙ୍କ ବାନ୍ଧବୀ ଭରତପୁର ଥାନାକୁ ଅଭିଯୋଗ କରିବାକୁ ଯାଇଥିଲେ । ଜଣେ ମହିଳା ଅଫିସର ବିନା ୟୁନିଫର୍ମରେ ତାଙ୍କ ନିକଟକୁ ଆସିଥିଲେ । ଅଭିଯୋଗ ରଖିବାକୁ ତାଙ୍କୁ କହିବାପରେ ସେ ଶୁଣିନଥିଲେ । ଏନେଇ ଉଭୟଙ୍କ ମଧ୍ଯରେ ଯୁକ୍ତିତର୍କ ହେବା ପରେ ଗୁରୁବନ୍ତଙ୍କୁ ପ୍ଯାଣ୍ଟ ସାର୍ଟ ଖୋଲି ଥାନାରେ ବସାଇଦେଇଥିଲେ ।

Latest Posts

Don't Miss