ପରଲୋକରେ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ବିଧାୟକ ଅରୁଣ ଦେ

ଭୁବନେଶ୍ୱର: ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ବିଧାୟକ ଅରୁଣ ଦେଙ୍କ ପରଲୋକ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଛି । ବାମପନ୍ଥୀ ଚିନ୍ତାଧାର ସହ ଜଡ଼ିତ ଅରୁଣ ଦେ ୧୯୭୧ରେ ସିପିଆଇରେ ଯୋଗ ଦେଇଥିଲେ । ସିପିଆଇ ଦଳ ସହ ୧୯୯୪ ସହ ଜଡ଼ିତ ଥିଲେ । ସିପିଆଇ ପ୍ରାର୍ଥୀ ଭାବେ ସେ ତିନି ଥର ବାଲେଶ୍ୱର ବିଧାନସଭା କ୍ଷେତ୍ରରୁ ନିର୍ବାଚିତ ହୋଇଥିଲେ ।

୧୯୭୪, ୧୯୮୦ ଓ ୧୯୯୦ରେ ସେ ତିନିଥର ସିପିଆଇରୁ ପ୍ରତିନିଧିତ୍ୱ କରି ବିଧାୟକ ହୋଇଥିଲେ । ୧୯୯୫ରେ ସେ ସ୍ୱାଧୀନ ପ୍ରାର୍ଥୀ ଭାବେ ଜିତିଥିଲେ । ପରେ ୨୦୦୪ରେ ସେ ଓଡିଶା ଗଣ ପରିଷଦରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୧୯୪୬ ଏପ୍ରିଲ ୩୦ ତାରିଖରେ ବାଲେଶ୍ୱରରେ ଜନ୍ମଗ୍ରହଣ କରିଥିବା ଅରୁଣ ଦେ ବୃତ୍ତିରେ ଜଣେ ଆଇନଜୀବୀ । ୨୦୦୯ରେ ସେ ଓଡିଶା ଗଣ ପରିଷଦରୁ ବାଲେଶ୍ୱର ଲୋକସଭା ଆସନ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରି କଂଗ୍ରେସ ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ ଠାରୁ ହାରିଯାଇଥିଲେ । ୨୦୦୯ ପରେ ସେ ଆଉ ନିର୍ବାଚନ ଜିତି ପାରିନାହାଁନ୍ତି । ୨୦୧୪ରେ ସେ ବିଜେଡିରେ ଯୋଗ ଦେଇଥିଲେ । କିନ୍ତୁ ଟିକେଟ ନପାଇବାରୁ ସେ ବିଜେଡି ଛାଡି କଂଗ୍ରେସ ପ୍ରାର୍ଥୀ ଭାବେ ବାଲେଶ୍ୱର ବିଧାନସଭା ଆସନରୁ ଲିଢିଥିଲେ । କିନ୍ତୁ ବିଜେଡି ପ୍ରାର୍ଥୀ ଜୀବନ ପ୍ରଦୀପ ଦାସଙ୍କ ଠାରୁ ହାରିଯାଇଥିଲେ । ୨୦୨୦ରେ ବାଲେଶ୍ୱର ଉପନିର୍ବାଚନ ପୂର୍ବରୁ ସେ ପୁଣି ଥରେ ବିଜେଡି ଫେରିଥିଲେ ।

ଏଥିସହିତ ପଢ଼ନ୍ତୁ: ଭାରତୀୟ ହକିରେ ମହିଳା ଏବଂ ପୁରୁଷ ଦଳର ବିଜୟ ପରେ ମୁଖ୍ୟମନ୍ତ୍ରୀଙ୍କୁ ଛୁଟୁଛି ପ୍ରଶଂସା ସୁଅ

Leave a Reply