୮୧ ବର୍ଷ ବୟସରେ ୬ ଥରର ବିଧାୟକ ରାମକୃଷ୍ଣ ପଟ୍ଟନାୟକଙ୍କ ଦେହାନ୍ତ

Senior Politician Ramkrushna Patnaik Passes Away

ଭୁବନେଶ୍ୱର: ବରିଷ୍ଠ ରାଜନେତା ରାମକୃଷ୍ଣ ପଟ୍ଟନାୟକଙ୍କ ପରଲୋକ । ୮୧ ବର୍ଷ ବୟସରେ ପୂର୍ବତନ ମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ଦେହାନ୍ତ ହୋଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ରାମକୃଷ୍ଣଙ୍କ ପରଲୋକ ଘଟିଛି । ଏ ନେଇ ସୂଚନା ଦେଇଛନ୍ତି ରାମକୃଷ୍ଣଙ୍କ ଝିଅ ଅନୀତା ।

Senior Politician Ramkrushna Patnaik Passes Away

ରାମକୃଷ୍ଣ ପଟ୍ଟନାୟକ ଅର୍ଥମନ୍ତ୍ରୀ ସହ ଏକାଧିକ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଥିଲେ । ଗଞ୍ଜାମ କୋଦଳାରୁ ବିଧାନସଭାକୁ ୬ ଥର ନିର୍ବାଚିତ ହୋଇଥିଲେ ରାମକୃଷ୍ଣ । ଜନତା ପାର୍ଟି, ଜନତା ଦଳ ଓ ବିଜେଡି ଦଳ ଟିକେଟରେ ନିର୍ବାଚିତ ହୋଇ ବିଧାନସଭାକୁ ଆସିଥିଲେ ।

୧୯୭୧ରେ ପ୍ରଥମ ଥର ପାଇଁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ରାମକୃଷ୍ଣ । ପରେ ୧୯୭୭, ୧୯୮୦, ୧୯୯୦, ୧୯୯୫ ଓ ୨୦୦୦ ମସିହାରେ ସେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ।

Leave a Reply