ଆଠଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୪ ମୃତ
1 min read
ଆଠଗଡ଼: ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଚାରିଜଣ ମୃତ, ଜଣେ ଗୁରୁତର । କଟକ ଜିଲ୍ଲା ଆଠଗଡ଼ ତିଗିରିଆ ଥାନା ନୂଆ ରାସ୍ତାରେ ଟ୍ରକ୍- କାର୍ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣାରେ କାରରେ ଥିବା ୫ ଜଣଙ୍କ ମଧ୍ୟରୁ ୪ ଜଣଙ୍କ ମୃତ୍ୟୁ ହୋଇଛି । ଜଣେ ଗୁରୁତରଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । କାରଟି ତିଗିରିଆରୁ ଆଠଗଡ଼ ଅଭିମୁଖେ ଆସୁଥିଲା । ଘାଟଣାସ୍ଥଳରେ ତିଗିରିଆ ପୋଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।