SHG ମା’ ମାନଙ୍କୁ ମିଳିବ ଇ-ସ୍କୁଟି, ମିଳିବ ୧ ଲକ୍ଷ ଟଙ୍କାର ରିହାତି

1 min read

ଭୁବନେଶ୍ୱର: ୨୦୨୩-୨୪ ପାଇଁ ମିଶନ ଶକ୍ତି ବିଭାଗକୁ ୨୫୫୪ କୋଟିରୁ ଅଧିକ ଅର୍ଥ ବ୍ୟୟବରାଦ। ଗତବର୍ଷ ତୁଳନାରେ ୨୭ପ୍ରତିଶତ ଅଧିକ ଅର୍ଥ ବ୍ୟୟବରାଦ ଦିଆଯାଇଛି । ଏନେଇ ପ୍ରେସମିଟରେ ସୂଚନା ଦେଇଛନ୍ତି ମିଶନ ଶକ୍ତି ମନ୍ତ୍ରୀ ଓ ସଚିବ ।

ବଜେଟରେ ୨ଟି ନୂଆ ଯୋଜନା ଅନ୍ତର୍ଭୁକ୍ତ କରାଯାଇଛି । ଏସଏଚଜି ମାଆମାନଙ୍କୁ ଦିଆଯିବ ଇ-ସ୍କୁଟି । ଇସି ସଦସ୍ୟଙ୍କୁ ମିଳିବ ଇ-ସ୍କୁଟି । ସେଥିପାଇଁ ବଜେଟରେ ୫୦କୋଟି ଟଙ୍କାର ବ୍ୟୟ ବରାଦ ହୋଇଛି । ଇ-ସ୍କୁଟିରେ ୧ଲକ୍ଷ ଟଙ୍କାର ରିହାତି ପାଇବେ ମହିଳା । ୨୦୨୩-୨୪ ପାଇଁ ମିଶନ ଶକ୍ତି ବିଭାଗକୁ ୨୫୫୪କୋଟିରୁ ଅଧିକ ଅର୍ଥ ମିଳିଛି । ଗତବର୍ଷ ତୁଳନାରେ ୨୭ପ୍ରତିଶତ ଅଧିକ ଅର୍ଥ ଦିଆଯାଇଛି ।

SHGଙ୍କୁ SMEରେ ପରିଣତ କରିବା ଲକ୍ଷ୍ୟ ରଖାଯାଇଛି । ମାଆମାନେ ଉଦ୍ୟୋଗୀ ହୁଅନ୍ତୁ ବୋଲି ଚାହାଁନ୍ତି ମୁଖ୍ୟମନ୍ତ୍ରୀ। ମାଆମାନେ ଅଧିକ ସଶକ୍ତ ହେବା ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ। ଇଣ୍ଡଷ୍ଟ୍ରିଆଲ ପାର୍କ ପାଇଁ ୧୫୦କୋଟି ବ୍ୟୟ ବରାଦ ହୋଇଛି। ସବୁ ଏସଏଚଜିଙ୍କ ପାଇଁ ହେବ ଇଣ୍ଡଷ୍ଟ୍ରିଆଲ ପାର୍କ । ଏହାଛଡ଼ା ୫ଶହ ମିଶନ ଶକ୍ତି କାଫେ ଓ ବଜାର ଖୋଲିବାକୁ ଲକ୍ଷ୍ୟ ରଖାଯାଇଛି । ଫଳରେ ମିଶନଶକ୍ତି ମାଆ ମାନେ ସେମାନଙ୍କ ଉତ୍ପାଦ ସହଜରେ ବିକ୍ରି କରିପାରିବେ। ସାଧାରଣତଃ ପର୍ଯ୍ୟଟନସ୍ଥଳୀ ଓ ବଡ଼ ଜିଲ୍ଲାରେ ବଜାର ପାଇଁ ୩୭୦ କୋଟି ମିଳିଛି ।

ଏବର୍ଷ ଜଙ୍ଗଲ ଓ ପରିବେଶ, ଗଣଶିକ୍ଷା ବିଭାଗ ସହ ସହଭାଗିତା କରିବ ମିଶନ ଶକ୍ତି । ଜଙ୍ଗଲ ନିଆଁ ନେଇ ସଚେତନତା ସୃଷ୍ଟି, ନର୍ସରୀ କାମ ପାଇବେ ମିଶନ ଶକ୍ତି ମହିଳା । ସମସ୍ତ 5T ସ୍କୁଲ ଓ କସ୍ତୁରବା ଗାନ୍ଧୀ ସ୍କୁଲର ମେଣ୍ଟେନାନସ କରିବେ SHG ।  SHG ମହିଳାଙ୍କୁ ୫ ବର୍ଷରେ ୧୦ ହଜାର କୋଟି ଟଙ୍କାର କାମ ଯୋଗାଇବେ ରାଜ୍ୟ ସରକାର । ପ୍ରତି ଜିଲ୍ଲାରେ SHG ମହିଳାଙ୍କୁ ଦିଆଯିବ ଡ୍ରାଇଭିଂ ଟ୍ରେନିଂ । ଗଞ୍ଜାମ ଇଣ୍ଡଷ୍ଟ୍ରିଆଲ ପାର୍କରେ ଶୁଖୁଆ, ଆଚାର ନିର୍ମାଣକୁ ଦିଆଯିବ ଗୁରୁତ୍ବ । SHG ମହିଳାଙ୍କୁ ମିଳିବ ଫେସନ୍, ବିୟୁଟି, ଷ୍ଟିଚିଂ, ଡିଜିଟାଲ ଓ ବିଜିନେସ ମ୍ୟାନେଜମଣ୍ଟ ଟ୍ରେନିଂ । OUAT ସହଭାଗିତାରେ କୃଷି ପ୍ରକ୍ରିୟାକରଣ ଟ୍ରେନିଂ ଦିଆଯିବ ବୋଲୀ ସୂଚନା ମିଳିଛି ।