spot_img

Latest Posts

‘ଓଡ଼ିଆ ବ୍ରାଇଡାଲ ମେକଅପ୍’ ତାଲିମ ନେଲେ ଏସଏଚଜି ମହିଳା

ଭୁବନେଶ୍ୱର: ମହିଳାଙ୍କୁ ସ୍ବାବଲମ୍ବୀ ଓ ରୋଜଗାରକ୍ଷମ କରିବାକୁ ସରକାରଙ୍କ ପ୍ରୟାସ। ଏସଏଚଜି ମା’ମାନଙ୍କୁ ତାଲିମ ଦେଇ ସେମାନଙ୍କ ପାଇଁ ରୋଜଗାରର ନୂଆ ବାଟ ସୃଷ୍ଟି କରୁଛନ୍ତି ରାଜ୍ୟ ସରକାର । ମିଶନ ଶକ୍ତି ବିଭାଗର ସହଭାଗିତାରେ ଭୁବନେଶ୍ୱର ବିଶ୍ୱ ଦକ୍ଷତା କେନ୍ଦ୍ରଠାରେ ମାଗଣା ‘ଓଡ଼ିଆ ବ୍ରାଇଡାଲ ମେକଅପ୍’ ତାଲିମ ଦିଆଯାଉଛି। ଏହି କାର୍ଯ୍ୟକ୍ରମ ଅଧୀନରେ ଦ୍ୱିତୀୟ ବ୍ୟାଚରେ ରାଜ୍ୟର ୩୦ ଜଣ ଏସଏଚଜି ମା’ ତାଲିମ ଶେଷ କରି ବାହାରିଛନ୍ତି। ବିଶ୍ୱ ଦକ୍ଷତା କେନ୍ଦ୍ରର ‘ସ୍କୁଲ ଅଫ୍ ସର୍ଭିସେସ୍’ ବିଭାଗରେ ଏସଏଚଜି ମହିଳାଙ୍କ ଲାଗି ଏହି ସ୍ୱତନ୍ତ୍ର ତାଲିମ ପାଠ୍ୟକ୍ରମ କରାଯାଇଥିଲା। ଏଥିରେ ୮ଟି ଜିଲ୍ଲାର ୩୦ ଜଣ ମହିଳା ଯୋଗ ଦେଇଥିଲେ। ୩ ସପ୍ତାହ ଧରି ଚାଲିଥିବା ଏହି ଆଧୁନିକ ତାଲିମ ମାଧ୍ୟମରେ ସେମାନେ ବେସିକ୍ ଫେସିଆଲ, ବ୍ରାଇଡାଲ ମେକଅପ୍, ହେୟାର କଟିଂ, ପ୍ୟାଡିକିୟୋର, ମ୍ୟାନିକିୟୋର, ସାମ୍ପୋଇଙ୍ଗ୍, ହେଡ୍ ମସାଜ୍ ଏବଂ ଥ୍ରେଡିଂ ଆଦି ଉପରେ ଶିଖିଥିଲେ।।

ଏଥିରେ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧୀକରଣର ଅଧ୍ୟକ୍ଷା ତଥା ବିଶ୍ୱ ଦକ୍ଷତା କେନ୍ଦ୍ରର ସିଇଓ ଅଳକା ମିଶ୍ର ଯୋଗଦେଇ ଶୁଭେଚ୍ଛା ଜଣାଇଥିଲେ। ଏହି ଅବସରରେ ସେମାନଙ୍କୁ ସାର୍ଟିଫିକେଟ୍ ସହ ମେକ୍ଅପ୍ କିଟ୍ ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଏସଏଚଜି ମା’ଙ୍କୁ ନେଇ ଏକ ରାମ୍ପ ସୋ’ କରାଯାଇଥିଲା। ପରେ ଏସଏଚଜି ମା’ମାନେ ମିଶନ ଶକ୍ତି ଭବନକୁ ଆସି ବିଭାଗୀୟ ସଚିବ ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ସାକ୍ଷାତ କରିଥିଲେ। ଏହି ଅବସରରେ କାର୍ତ୍ତିକେୟନ୍ ଓଡ଼ିଆ ବ୍ରାଇଡାଲ ମେକଅପ୍ ପାଠ୍ୟକ୍ରମ ଶେଷ କରିଥିବା ଏସ୍ଏଚଜି ମା’ମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ।

Latest Posts

Don't Miss