ପୁରୀ: ଶ୍ରୀମନ୍ଦିରରେ ଆଜି କୁମାରପୂର୍ଣ୍ଣିମାର ସ୍ୱତନ୍ତ୍ର ନୀତି । ମଧ୍ୟାହ୍ନ ଧୂପ ନୀତି ଶେଷ ହେବା ପରେ ଶ୍ରୀଦେବୀ ଓ ଭୂଦେବୀଙ୍କୁ ଖଟଶେଯ ଘରେ ବିଜେ କରାଯିବ । ଏହା ପରେ ମହାପ୍ରଭୁଙ୍କ ଠାରୁ ଆଜ୍ଞାମାଳ ପାଇ ଶ୍ରୀସୁଦର୍ଶନ ଚଉଦୋଳରେ ୪ ଆଶ୍ରମକୁ ବିଜେ କରିବେ । ସେଠାରେ ପନ୍ତିଭୋଗ ଓ ବନ୍ଦାପନା ନୀତି ସରିବା ପରେ ପଶ୍ଚିମଦ୍ବାର ଦେଇ ପୁନର୍ବାର ଶ୍ରୀମନ୍ଦିର ପ୍ରତ୍ୟାବର୍ତ୍ତନ କରିବେ। ଅନ୍ୟ ପକ୍ଷରେ ବଡସିଂହାର ଭୋଗ ସରିଲେ ରତ୍ନସିଂହାସନ ତଳେ ଓ ଉପରେ ଶକଟା, ପଶା ଓ କଉଡି ଖେଳ ହେବ । ଶ୍ରୀମନ୍ଦିରର ପରମ୍ପରାରେ ଏହା ଦ୍ୟୁତକ୍ରୀଡା ନାମରେ ଅଭିହିତ । ସର୍ତ୍ତ ଅନୁଯାୟୀ ଏହି ଦ୍ୟୂତ କ୍ରୀଡାରେ ମାଆ ମହାଲକ୍ଷ୍ମୀଙ୍କ ଠାରୁ ଶ୍ରୀଜଗନ୍ନାଥ ମହାପ୍ରଭୁ ହାରିଯାଇଥିବାରୁ ପ୍ରଭୁଙ୍କ ଚଳନ୍ତି ପ୍ରତିମା ଶ୍ରୀମାଧବ ୭ଦିନ ପର୍ଯ୍ୟନ୍ତ ଲକ୍ଷ୍ମୀ ମନ୍ଦିରରେ ବନ୍ଧା ରହିବେ । ପରେ ଅଷ୍ଟମୀ ଦିନ ଅବକାଶ ପୂଜା ସମୟରେ ପୁନଃ ମାଧବ ସିଂହାସନରେ ବିଜେ କରିବେ । ମହାପ୍ରଭୁଙ୍କ ତରଫରୁ ପ୍ରତିନିଧି ମୁଦିରସ୍ତ ଓ ଲକ୍ଷ୍ମୀଙ୍କ ପ୍ରତିନିଧି ଭିତରଚ୍ଛ ମହାପାତ୍ର ୨୧ ଟି ହିଙ୍ଗୁଳ କଉଡ଼ି, ୨୧ ଟି ରୁପା କଉଡି, ପଶା ଶକଟାରେ ଏହି ପାରମ୍ପରିକ ଖେଳ ଖେଳିଥାନ୍ତି ।