ଶିମିଳିପାଳରେ ନିଆଁ ନିୟନ୍ତ୍ରଣାଧୀନ, ସତର୍କ ସହ ପ୍ରତିଷେଧ ମୂଳକ ପଦକ୍ଷେପ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

1 min read

ଭୁବନେଶ୍ୱର: ଶିମିଳିପାଳ ଅଭୟାରଣ୍ୟରେ ଅଗ୍ନିକାଣ୍ଡ ଜନିତ ପରିସ୍ଥିତି ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ କହିଛନ୍ତି- ଶିମିଳିପାଳ କେବଳ ଓଡ଼ିଶା ବା ଭରତର ନୁହେଁ ଏହା ସମଗ୍ର ବିଶ୍ଵର ଏକ ଅମୂଲ୍ୟ ସମ୍ପଦ । ତେଣୁ ଏହାର ସୁରକ୍ଷା ପାଇଁ ସତର୍କ ରହିବା ସହ ପ୍ରତିଷେଧ ମୂଳକ ପଦକ୍ଷେପ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

Similipal Fire, Naveen Directs To Take Precautionary Measure

ଶିମିଳିପାଳ ଅଭୟାରଣ୍ୟ ପରିସ୍ଥିତି ସମ୍ପର୍କ ବୈଠକରେ ସୂଚନା ଦେଇ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓ ଜଙ୍ଗଲ ଓ ପରିବେଶ ବିଭାଗ ଡା. ମୋନା ଶର୍ମା କହିଛନ୍ତି- ଶିମିଳିପାଳରେ ଲାଗିଥିବା ନିଆଁ ନିୟନ୍ତ୍ରଣାଧୀନ ଅଛି । ଏଥିରେ କୌଣସି ଜୀବନ ହାନି ଘଟି ନାହିଁ । ନିଆଁକୁ ନିୟନ୍ତ୍ରଣ କରିବା ପାଇଁ SOP ଜାରି କରା ଯାଇଛି । ବଡ଼ ବଡ଼ ଗଛ ମାନଙ୍କର କିଛି କ୍ଷତି ହୋଇନାହିଁ । ଫାୟାର ଆଲର୍ଟ ସମ୍ପର୍କରେ ପ୍ରତିଦିନ ସନ୍ଧ୍ୟାରେ ରାଜ୍ୟ ସରକାରଙ୍କୁ ଓ ଜିଲ୍ଲାପାଳଙ୍କୁ ଅବଗତ କରିବା ପାଇଁ ଡିଏଫଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

Similipal Fire, Naveen Directs To Take Precautionary Measure

ପିସିସିଏଫ ୱାଇଲ୍ଡଲାଇଫ୍ ଘଟଣା ସ୍ଥଳରେ ଉପସ୍ଥିତ ଅଛନ୍ତି  ଏବଂ ପରିସ୍ଥିତି ଉପରେ ନଜର ରଖିଛନ୍ତି । ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସଚିବ 5T ଭି. କେ. ପାଣ୍ଡିଆନ, ପିସିସିଏଫ ୱାଇଲ୍ଡଲାଇଫ୍ ଏବଂ ଜଙ୍ଗଲ ବିଭାଗର ବରିଷ୍ଠ ପଦାଧିକାରୀ ମାନେ ଉପସ୍ଥିତ ଥିଲେ ।

Leave a Reply