ହସ୍ପିଟାଲରେ ଭର୍ତ୍ତି ହେଲେ ସୋନିଆ ଗାନ୍ଧି
1 min readନୂଆଦିଲ୍ଲୀ: କଂଗ୍ରେସର ଅନ୍ତରୀଣ ରାଷ୍ଟ୍ରୀୟ ଅଧ୍ୟକ୍ଷା ସୋନିଆ ଗାନ୍ଧିଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଗୁରୁବାର ସନ୍ଧ୍ୟାରେ ତାଙ୍କୁ ସାର ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତେବେ ହଠାତ୍ କାହିଁକି ସୋନିଆ ଗାନ୍ଧିଙ୍କୁ ହସ୍ପିଟାଲରେ ଆଡମିଟ୍ କରାଯାଇଛି ସେ ନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ ।
Congress President Sonia Gandhi (in file pic) admitted today at 7 pm to Sir Ganga Ram Hospital. She has been admitted for routine tests and investigations. Her condition is currently stable: Dr D.S. Rana, Chairman (Board of Management), Sir Ganga Ram Hospital, Delhi pic.twitter.com/uldUxfLCJV
— ANI (@ANI) July 30, 2020
ତେବେ ତାଙ୍କୁ ରୁଟିନ୍ ଚେକଅପ୍ ପାଇଁ ଭର୍ତ୍ତି କରାଯାଇଥିବା ଖବର ସରବରାହ ସଂସ୍ଥା ପକ୍ଷରୁ ପ୍ରକାଶ । ତେବେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ସାର୍ ଗଙ୍ଗାରାମ ହସ୍ପିଟାଲର ଚେୟାରମ୍ୟାନ୍ ଡ.ଡି.ଏସ୍ ରାଣା କହିଛନ୍ତି ।