କଂଗ୍ରେସ ନେତ୍ରୀ ତଥା ରାଜ୍ୟସଭା ସାଂସଦ ସୋନିଆ ଗାନ୍ଧୀ ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ: କଂଗ୍ରେସ ନେତ୍ରୀ ତଥା ରାଜ୍ୟସଭା ସାଂସଦ ସୋନିଆ ଗାନ୍ଧୀ ହସ୍ପିଟାଲରେ ଭର୍ତ୍ତି । ସ୍ୱାସ୍ଥ୍ୟବସ୍ଥା ଖରାପ ହେବାରୁ ତାଙ୍କୁ ଗାନ୍ଧୀ ସାର ଗଙ୍ଗରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପେଟ ସମସ୍ୟା ଯୋଗୁଁ ତାଙ୍କୁ ଗୁରୁବାର ସକାଳେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ଡାକ୍ତରଙ୍କ ସୂଚନା ଅନୁଯାୟୀ, ସୋନିଆ ଗାନ୍ଧୀଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବର୍ତ୍ତମାନ ସ୍ଥିର ରହିଛି । ଖୁବଶୀଘ୍ର ସେ ମେଡିକାଲରୁ ଡିସଚାର୍ଜ ହୋଇପାରନ୍ତି । ପୂର୍ବରୁ ୨୦୨୩ ସେପ୍ଟେମ୍ବର ମାସରେ ଫୁସଫୁସ ସଂକ୍ରମଣ ଯୋଗୁଁ ସାର ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ।
ସୋନିଆ ଗାନ୍ଧୀଙ୍କୁ ଶେଷ ଥର ପାଇଁ ଫେବୃଆରୀ ୧୩ ତାରିଖରେ ସଂସଦର ବଜେଟ ଅଧିବେଶନ ସମୟରେ ରାଜ୍ୟସଭାରେ ନଜର ଆସିଥିଲେ ।