ସଡ଼କ ଦୁର୍ଘଟଣାରେ ୩ମୃତ; ୨ଲକ୍ଷ ଟଙ୍କା ଲେଖାଏଁ ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

1 min read

ଭୁବନେଶ୍ୱର: ବଲାଙ୍ଗୀର-ସୋନପୁର ରାସ୍ତାର ବଡ଼ବାହାଲୀ ଛକ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ୩ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ସୂଚନାଯୋଗ୍ୟ ଯେ ବଡ଼ବାହାଲୀ ଠାରେ ଘଟିଥିବା ଏହି ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ୩ ଜଣ ମଧ୍ୟ ଆହତ ହୋଇଛନ୍ତି । ଆହତମାନଙ୍କୁ ତୁରନ୍ତ ମାଗଣାରେ ଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
ଏହାସହିତ ପ୍ରତ୍ୟେକ ମୃତକଙ୍କ ନିକଟତମ ଆତ୍ମୀୟଙ୍କୁ ୨ଲକ୍ଷ ଟଙ୍କା ଲେଖାଏଁ ସହାୟତା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କ ପରିବାରର ସଦସ୍ୟମାନଙ୍କ ପ୍ରତି ଗଭୀର ସମବେଦନା ପ୍ରକାଶ କରିଛନ୍ତି ।

ତେବେ ସମସ୍ତ ଗୁରୁତର ସୋନପୁର ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଧାନ ତଳି ବିକ୍ରି ପାଇଁ ବଲାଙ୍ଗୀରରୁ ସୋନପୁର ଆସୁଥିବା ବେଳେ ଖାରୀ ନିକଟରେ ଘଟିଥିଲା ଅଘଟଣ । ମୃତକମାନେ ହେଲେ ବଲାଙ୍ଗୀର ଜିଲ୍ଲା ପୁଇଁନ୍ତଳା ବ୍ଲକ ରାଘବପାଲି ଗ୍ରାମର ଗୁଆବତି ଜାଇ, ସତ୍ୟ ପ୍ରଧାନ ଓ ପ୍ରାଣନାଥ ବିଶ୍ୱାଳ । କାରଟି ସୁନ୍ଦରଗଡ଼ ଜିଲ୍ଲାର ହୋଇଥିବା ସୂଚନା