ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ହେଲେ ବୀର ବିକ୍ରମ ଯାଦବ

ପୁରୀ: ବଦଳିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ହେଲେ ବୀର ବିକ୍ରମ ଯାଦବ । ଶ୍ରୀମନ୍ଦିର ସହ ପୂର୍ତ୍ତ ସଚିବ ପ୍ରମୁଖ ସଚିବ ଦାୟିତ୍ବ ତୁଲାଇବେ ବୀର ବିକ୍ରମ ଯାଦବ ।
୧୯୯୬ ବ୍ୟାଚ୍ ଆଇଏଏସ୍ ହେଉଛନ୍ତି ବୀର ବିକ୍ରମ ଯାଦବ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ମିଳିଲା ଅତିରିକ୍ତ ଦାୟିତ୍ବ । ତାଙ୍କୁ ପୂର୍ତ୍ତ ସଚିବ ଭାବେ ଅବସ୍ଥାପିତ କରାଯାଇଛି । ସଞ୍ଜୀବ ଚଢ଼ାଙ୍କୁ ସମବାୟ ବିଭାଗର ସଚିବ ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି । କୃଷି ବିଭାଗ ସ୍ବତନ୍ତ୍ର ସଚିବ ଅଛନ୍ତି ସଞ୍ଜୀବ ଚଢ଼ା । ସେହିପରି ଯୋଗାଣ ନିଗମ ପରିଚାଳନା ନିର୍ଦ୍ଦେଶକ ହେଲେ ଶୁଭମ ସାକସେନା । କେନ୍ଦ୍ରୀୟ ଡେପୁଟେସନରୁ ଫେରିଲେ ନିକୁଞ୍ଜ କିଶୋର ସୁନ୍ଦରାୟ । ସାଧାରଣ ଉଦ୍ୟୋଗ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ତାଙ୍କୁ ଅବସ୍ଥାପିତ କରାଯାଇଛି ।