ସ୍ନାନଯାତ୍ରା ଓ ରଥଯାତ୍ରା ନେଇ ନୀତି ନିର୍ଘଣ୍ଟ ହେବ

1 min read

ପୁରୀ: ଆରମ୍ଭ ହେଲା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଏହି ବୈଠକ ଚାଲିଛି । ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏସପିଙ୍କ ସମେତ ବିଭିନ୍ନ ସେବାୟତ ପ୍ରତିନିଧି ଓ ଅନ୍ୟାନ୍ୟ ସଦସ୍ୟ ଯୋଗଦେଇଛନ୍ତି । ପରିଚାଳନା କମିଟି ବୈଠକରେ ସ୍ନାନଯାତ୍ରା ଓ ରଥଯାତ୍ରା ନେଇ ନୀତି ନିର୍ଘଣ୍ଟ କରାଯିବ । ଏଥିସହ ରଥଯାତ୍ରାକୁ କିଭଳି ଶୃଙ୍ଖଳିତ ଭାବେ ସମାପନ କରାଯିବ ସେନେଇ ମଧ୍ୟ ଆଲୋଚନା କରାଯିବ । ଏହାଛଡ଼ା ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ବୈଠକରେ ଆଲୋଚନା ହେବ ।

ଗତ କିଛି ଦିନ ପୂର୍ବେ ନବୀନ ନିବାସ ଯାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି ଶ୍ରୀମନ୍ଦିର ସେବାୟତ । ଆଗାମୀ ଦିନରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ସହ ଶ୍ରୀମନ୍ଦିର ଶ୍ରୀ ବୃଦ୍ଧିରେ ମୁଖ୍ୟମନ୍ତ୍ରୀଙ୍କ ପରିକଳ୍ପନାକୁ ସାଧୁବାଦ ଜଣାଇଥିଲେ ସେବାୟତ । କେବଳ ମୁଖ୍ୟମନ୍ତ୍ରୀଙ୍କ ପାଇଁ ଶ୍ରୀକ୍ଷେତ୍ରର ନୂତନ ନକ୍ସା ପୂର୍ଣ୍ଣ ହେବାକୁ ଯାଉଛି  । ଯେଉଁଥିପାଇଁ ଶ୍ରୀମନ୍ଦିରର ସେବାୟତ ମାନେ ମୁଖ୍ୟମନ୍ତ୍ରୀଙ୍କୁ ଖଣ୍ଡୁଆ ପାଟ ଦେଇ ସମ୍ବର୍ଦ୍ଧିତ କରିଥିଲେ ।

ଏହାସହିତ ଆଗାମୀ ଦିନରେ ରଥଯାତ୍ରା ହେବାକୁ ଯାଉଥିବାବେଳେ କିପରି ସୁରୁଖୁରୁରେ କାର୍ଯ୍ୟ ସମାପନ ହେବ ସେ ନେଇ ମଧ୍ୟ ଆଲୋଚନା କରିଥିଲେ  । ଏଥି ସହିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ନେଇ ଆଲୋଚନା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ଏହି ସେବାୟତ ବୃନ୍ଦ  ।  5T ସଚିବ ତଥା ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନ ଉପସ୍ଥିତ ଥିଲେ ।

ଏଥିସହିତ ପଢ଼ନ୍ତୁ: ରାୟ ଦେଲା କାଳିଆ: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଶ୍ରୀମନ୍ଦିର ସେବାୟତ