spot_img

Latest Posts

ଜମ୍ମୁ କାଶ୍ମୀରର ବାନ୍ଦିପୋରାରେ ଆତଙ୍କବାଦୀ- ସୁରକ୍ଷା ବାହିନୀଙ୍କ ମଧ୍ୟରେ ଗୁଳିବିନିମୟ

ନନ୍ଦିଘୋଷ ବ୍ୟୁରୋ :  ଜମ୍ମୁ-କାଶ୍ମୀରର ବାନ୍ଦିପୋରା ଜିଲ୍ଲାରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଗୁଳିବିନିମୟ। ଏହି ଏନକାଉଣ୍ଟରରେ ଦୁଇ ଜଣ ସୁରକ୍ଷା କର୍ମୀ ଆହତ ହୋଇଥିବା ସୂଚନା ରହିଛି। ସୂଚନାଅନୁସାରେ, ବନ୍ଦିପୋରା ଜିଲ୍ଲାର କୁଲନାର ବାଜିପୁରା ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିରହିଥିବା ସୂଚନା ପାଇବା ପରେ ସୁରକ୍ଷା ବାହିନୀ ସେଠାରେ ଘେରାବନ୍ଦୀ ଏବଂ ସନ୍ଧାନ ଅଭିଯାନ ଆରମ୍ଭ କରିଥିଲେ।

ଲୁଚି ରହିଥିବା ଆତଙ୍କବାଦୀମାନେ ଯବାନଙ୍କ ଉପରେ ଗୁଳି ଚଳାଇବା ପରେ ସର୍ଚ୍ଚ ଅପରେସନ୍ ଏକ ଏନକାଉଣ୍ଟରରେ ପରିଣତ ହୋଇଥିଲା। ଏହି ଏନକାଉଣ୍ଟରରେ ଦୁଇ ଜଣ ସୁରକ୍ଷା କର୍ମୀ ଆହତ ହୋଇଥିବା ଜଣାପଡ଼ିଛି। ଏବେ ସେଠାରେ ସର୍ଚ୍ଚ ଅପରେସନ ଜାରି ରହିଛି ।

Latest Posts

Don't Miss