ଆଦିବାସୀଙ୍କ ଉପରେ ଥିବା ଛୋଟ ଛୋଟ ମକଦ୍ଦମା ପ୍ରତ୍ୟାହାର କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ମୁଖ୍ଯମନ୍ତ୍ରୀଙ୍କ ବଡ଼ ଘୋଷଣା । ଜନଜାତି ଭାଇ ଭଉଣୀମାନଙ୍କ ଉପରେ ଥିବା ଛୋଟ ଛୋଟ ମକଦ୍ଦମା ଗୁଡିକ ପ୍ରତ୍ୟାହାର କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ  ନିର୍ଦ୍ଦେଶକ୍ରମେ ଗୃହ ବିଭାଗ, ଅବକାରୀ ବିଭାଗ ଏବଂ ଜଙ୍ଗଲ ଓ ପରିବେଶ ବିଭାଗ ଜନଜାତି ବର୍ଗଙ୍କ ଉପରେ ଥିବା ମକଦ୍ଦମା ଗୁଡିକର ସମୀକ୍ଷା କରିଥିଲେ । ମୋକଦ୍ଦମା  ଗୁଡିକର  ପୁଙ୍ଖାନୁପୁଙ୍ଖ  ଅନୁଧ୍ୟାନ  ପରେ ଉପରୋକ୍ତ ତିନୋଟି ବିଭାଗର ସମୁଦାୟ ୪୮ହଜାର ୧୮ଟି ଜଙ୍ଗଲ ଓ ଅବକାରୀ ସଂପର୍କିତ ମାମଲା ପ୍ରତ୍ୟାହୃତ କରିବା  ପାଇଁ ନିଷ୍ପତ୍ତି ହୋଇଛି । ଏହି ମାମଲା ଗୁଡିକ ମଧ୍ୟରେ  ଅବକାରୀ ବିଭାଗ ଅଧୀନରେ ୩୬ ହଜାର ୫୮୧ ମାମଲା, ଗୃହ ବିଭାଗ ଅଧୀନରେ ୯ ହଜାର ୮୪୬ ମାମଲା, ଜଙ୍ଗଲ ଓ ପରିବେଶ ବିଭାଗ ଅଧୀନରେ ୧୫୯୧ ମାମଲାକୁ ପ୍ରତ୍ୟାହାର କରାଯିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହିସବୁ ମାମଲା ପ୍ରତ୍ୟାହୃତ ହେବା ଦ୍ବାରା କୋର୍ଟ ଓ ନ୍ୟାୟିକ ବ୍ୟବସ୍ଥା ଉପରୁ ମଧ୍ୟ ଚାପ ହ୍ରାସ ପାଇବ ।