ଲିଙ୍ଗରାଜ ମନ୍ଦିର ଅଧ୍ୟାଦେଶକୁ ରାଜ୍ୟ କ୍ୟାବିନେଟର ଅନୁମୋଦନ

1 min read
State Cabinet Nods Propsed Ordinance For Lingaraj Temple

ଭୁବନେଶ୍ୱର: ଶ୍ରୀଲିଙ୍ଗରାଜ ମନ୍ଦିର ପାଇଁ ସ୍ୱତନ୍ତ୍ର ଅଧ୍ୟାଦେଶକୁ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ ଦେଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାର ବସିଥିବା ରାଜ୍ୟ କ୍ୟାବିନେଟ୍ ଏହି ଅଧ୍ୟାଦେଶକୁ ଅନୁମୋଦନ କରିଛି । ଶ୍ରୀଲିଙ୍ଗରାଜ ମନ୍ଦିର, ଏହାର ସମ୍ପତ୍ତି ଓ ପରିସର ମଧ୍ୟରେ ଏବଂ ବାହାରେ ଥିବା ଅନ୍ୟ ମନ୍ଦିର, ପବିତ୍ର ସ୍ଥାନ ଓ ମଠ ସମ୍ପର୍କିତ ବ୍ୟାପାରଗୁଡ଼ିକର ସୁପରିଚାଳନା ଓ ସୁଶାସନକୁ ଦୃଷ୍ଟିରେ ରଖି, ଏହାର ପରିଚାଳନା ଦାୟିତ୍ୱ ଏକ କମିଟିକୁ ନ୍ୟସ୍ତ କରାଯିବ ।

State Cabinet Nods Propsed Ordinance For Lingaraj Temple

ଏହାଦ୍ୱାରା ମନ୍ଦିରର କାର୍ଯ୍ୟଗୁଡ଼ିକର ଉତ୍ତମ ଏବଂ ସଠିକ୍ ପରିଚାଳନା ହେବା ସହିତ ତୀର୍ଥଯାତ୍ରୀ, ଭକ୍ତ ଏବଂ ଉପାସକମାନଙ୍କୁ ଉନ୍ନତ ସୁବିଧା ମିଳିପାରିବ । ଏହା ମଧ୍ୟ ମନ୍ଦିରର ସମ୍ପତ୍ତି ସୁରକ୍ଷିତ ରଖିବା ପାଇଁ କମିଟିକୁ ସଶକ୍ତ କରିବ ।

ଏହି ଅଧ୍ୟାଦେଶ ମନ୍ଦିରର ସୁପରିଚାଳନା ନିମନ୍ତେ ବିସ୍ତୃତ ଭାବରେ ବ୍ୟବସ୍ଥା କରାଯାଇଛି । ପରିଚାଳନା କମିଟି ଗଠନ, କମିଟିର ସଭ୍ୟ ସଂଖ୍ୟା, କମିଟିର ଦାୟିତ୍ୱ ଏବଂ କ୍ଷମତା, ପରିଚାଳକଙ୍କର କ୍ଷମତା ଓ ଦାୟିତ୍ୱ, ମନ୍ଦିରର ସ୍ଥାବର ଓ ଅସ୍ଥାବର ସମ୍ପତ୍ତିର ସୁରକ୍ଷା ଏବଂ ପରିଚାଳନା, ସେବକମାନଙ୍କର ଭୂମିକା ଓ ଦାୟିତ୍ୱ, ମନ୍ଦିର ପାଣ୍ଠିର ଗଠନ ଓ ପରିଚାଳନା ଇତ୍ୟାଦି ଅନ୍ତର୍ଭୁକ୍ତ ।

State Cabinet Nods Proposed Ordinance For Lingaraj Temple

ଏହା ବ୍ୟତୀତ ନିକଟ ଅତୀତରେ ଲିଙ୍ଗରାଜ ମନ୍ଦିରର ସର୍ବାଙ୍ଗୀନ ଉନ୍ନତି ପାଇଁ ସରକାର ଅନେକ ଗୁଡ଼ିଏ ପ୍ରସ୍ତାବ କାର୍ଯ୍ୟକାରୀ କରିବାକୁ ମନସ୍ଥ କରିଛନ୍ତି, ଯାହାକି ଅଗ୍ରାଧିକାର ଭିତ୍ତିରେ କରାଯିବା ଆବଶ୍ୟକ । ବର୍ତ୍ତମାନ ବିଧାନସଭା ମୁଲତବି ଥିବାରୁ ଅଧ୍ୟାଦେଶ ଜରିଆରେ ନୂତନ ଆଇନର ବ୍ୟବସ୍ଥା କରାଯାଇଛି ।

State Cabinet Nods Proposed Ordinance For Lingaraj Temple

ଗତ ୨ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ୍ରାମ କ୍ଷେତ୍ର ପରିଦର୍ଶନ କରିବା ସହ ଶ୍ରୀମନ୍ଦିର ଢାଞ୍ଚାରେ ଲିଙ୍ଗରାଜ ମନ୍ଦିର ପାଇଁ ସ୍ୱତନ୍ତ୍ର ଆଇନ୍ ଆଣିବା ଲାଗି ପ୍ରତିଶ୍ରୁତି ଦେଇଥିଲେ । ପ୍ରତିଶ୍ରୁତି ରକ୍ଷା କରି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକ ଲିଙ୍ଗରାଜ ମନ୍ଦିର ପାଇଁ ସ୍ୱତନ୍ତ୍ର ଅଧ୍ୟାଦେଶକୁ ମଞ୍ଜୁରୀ ଦେଇଛି ।

ଏଥିସହ ପଢ଼ନ୍ତୁ- ଏକାମ୍ର କ୍ଷେତ୍ରରେ ବିକାଶ କାର୍ଯ୍ୟର ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ

Leave a Reply