ବଢୁଛି କୋରୋନା, ବୟସ୍କଙ୍କୁ ଜନଗହଳିପୂର୍ଣ୍ଣ ସ୍ଥାନକୁ ନଯିବାକୁ ପରାମର୍ଶ

ଭୁବନେଶ୍ବର: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଥିବାବେଳେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ଗୁରୁତ୍ବ । ଟେଷ୍ଟିଂ, ସର୍ଭେଲାନ୍ସ ସହ ମେଡିକାଲରେ ଚିକିତ୍ସା ବ୍ୟବସ୍ଥା ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଜାରି କରିଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ସମସ୍ତ ମେଡିକାଲ କଲେଜ ଓ ଡିସିଏମଓଙ୍କୁ ଏନେଇ ଚିଠି ଲେଖିଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରକୁ ଥିବା ସମସ୍ତ ମେଡିକାଲରେ ସର୍ଭେଲାନ୍ସ ବୃଦ୍ଧି କରିବା ଉପରେ ଗୁରୁଦ୍ବ ଦିଆଯାଇଛି ।

କୋଭିଡ୍ ପଜିଟିଭ୍ ହେଉଥିବା ଆକ୍ରାନ୍ତଙ୍କ ନିଜ ଘରେ ସଂଗରୋଧରେ ରହିବାକୁ ପରାମର୍ଶ କରିଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ସ୍ବାସ୍ଥ୍ୟବସ୍ଥା ଗୁରୁତର ହେଲେ କୌଣସି ରୋଗୀ ମେଡିକାଲରେ ଭର୍ତ୍ତି ହେଲେ ସେମାନଙ୍କୁ ଆବଶ୍ୟକ ସୁବିଧା ଯୋଗାଇଦେବା ସହ୍ ଅକ୍ସିଜେନ ସଂଯୋଗ ଥିବା ବେଡ୍ ଯୋଗାଇ ଦେବାକୁ ନିର୍ଦେଶ ଦିଆଯାଇଛି । ବୟସ୍କ ଓ ଏକାଧିକ ରୋଗରେ ପୀଡ଼ିତ ବ୍ୟକ୍ତି ଜନଗହଳିପୂର୍ଣ୍ଣ ସ୍ଥାନକୁ ନଯିବାକୁ ପରାମର୍ଶ କରାଯାଇଛି ।

ଜିଲ୍ଲା ପ୍ରଶାସନର ସହଯୋଗରେ ସଚେତନତା କାର୍ଯ୍ୟ ଜାରି ରଖିବାକୁ ଗୁରୁତ୍ବ ଦିଆଯାଇଛି।କୋଭିଡକୁ ନେଇ ଯେକୌଣସି ପରିସ୍ଥିତିର ମୁକାବିଲା ଲାଗି ପ୍ରସ୍ତୁତ ରହିବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।ରାଜ୍ୟରେ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ କେହି ଗୁରୁତର ସ୍ଥିତିରେ ନାହାନ୍ତି। ସମସ୍ତ ଆକ୍ରାନ୍ତ ନିଜ ନିଜ ଘରେ ସଂଗରୋଧରେ ରହି ଚିକିତ୍ସିତ ହେଉଛନ୍ତି ।