ରାଜ୍ୟରେ ବଦଳିବ ପାଗ, କାଲିଠୁ ପୁଣି ଫେରିବ ବର୍ଷା

ଭୁବନେଶ୍ୱର: କାଲିଠୁ ରାଜ୍ୟକୁ ପୁଣି ଫେରିବ ବର୍ଷା ।  ପଶ୍ଚିମା ଝଡ ପ୍ରଭାବରେ ବଙ୍ଗୋପସାଗର ମଧ୍ୟରୁ ଓଡ଼ିଶାକୁ ପ୍ରବେଶ କରୁଥିବା ଉଷ୍ଣ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପାଇଁ ରାଜ୍ୟରେ ପାଗ ବଦଳିଛି । ଫଳରେ କାଲିଠୁ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି  । ଗୋଟିଏରୁ ଦୁଇଟି ସ୍ଥାନରେ କୁଆପଥର ବର୍ଷା ହେବାନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।  ଆସନ୍ତାକାଲି ବିଜୁଳି ସହିତ ଘଡଘଡି ଓ ବର୍ଷା ନେଇ ୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବିଶେଷ କରି ବରଗଡ,ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ଦେବଗଡ, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାରେ ବର୍ଷା ହେବା ନେଇ ସତର୍କ କରାଯାଇଛି  ।

ସେହିପରି  ୪ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର ଆଦି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବ । ବର୍ଷା ଦ୍ୱାରା ପନିପରିବା ଫସଲ ନଷ୍ଟ ହେବାର ସମ୍ଭାବନା ରହିଛି । ଏଥିପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ପାଇଁ ଚାଷୀମାନଙ୍କୁ ପରାମର୍ଶ ଦିଆଯାଇଛି । ପରେ ୫ ତାରିଖରୁ ରାଜ୍ୟରେ ପାଗ ବଦଳିବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର  ।

Leave a Reply