spot_img

Latest Posts

ଫକୀର ମୋହନ ସ୍ଵୟଂଶାସିତ ମହାବିଦ୍ୟାଳୟରେ ଦେହରେ ପେଟ୍ରୋଲ ଢାଳି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ

ବାଲେଶ୍ବର : ଫକୀର ମୋହନ ସ୍ଵୟଂଶାସିତ ମହାବିଦ୍ୟାଳୟରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ। ଦେହରେ ପେଟ୍ରୋଲ ଢାଳି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ଜଣେ ଛାତ୍ରୀ। ଛାତ୍ରୀ ଜଣକ ଜଣେ ଅଧ୍ୟାପକଙ୍କ ନାଁରେ ଦୁର୍ବ୍ୟବହାର ଅଭିଯୋଗ ନେଇ କଲେଜ ସମ୍ମୁଖରେ ଧାରଣାରେ ବସିଥିଲେ।ତେବେ ହଠାତ ଦେହରେ ପେଟ୍ରୋଲ ଢାଲି ନିଆଁ ଲଗାଇ ଦେଇଥିଲେ। ଅନ୍ୟ ଛାତ୍ରଛାତ୍ରୀ ତୁରନ୍ତ ଛାତ୍ରୀଜଣଙ୍କୁ ବାଲେଶ୍ଵର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି। ତେବେ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଭୁବନେଶ୍ବର ଏମସକୁ ସ୍ଥାନାନ୍ତର କରାଯାଇଛି। ପୂର୍ବରୁ ଗତ ୨ ତାରିଖରେ ଅଧ୍ୟାପକଙ୍କ ନାଁରେ ଅଭିଯୋଗ ଆଣିଥିଲେ ସମ୍ପୃକ୍ତ ଛାତ୍ରୀ। ଅଧ୍ୟାପକ୍ଷଙ୍କ ଖରାପ ଉଦ୍ଦେଶ୍ୟ ଥିବା ଅଭିଯୋଗ କରିଥିଲେ ଛାତ୍ରୀ। ଦୁର୍ବ୍ୟବହାର ଅଭିଯୋଗରେ ସମ୍ପୃକ୍ତ ଅଧ୍ୟାପକଙ୍କୁ ଉଠାଇ ନେଇଛି ସହଦେବ ଖୁଣ୍ଟା ପୋଲିସ। ଏହି ଘଟଣାକୁ ନେଇ କଲେଜରେ ଉତ୍ତେଜନା ସୃଷ୍ଟି ହୋଇଛି।

Latest Posts

Don't Miss