ଛାତ୍ରଛାତ୍ରୀଙ୍କୁ ମାଗଣାରେ ମିଳିବ ନିଟ୍ ଓ ଜେଇଇ କୋଚିଂ

ଭୁବନେଶ୍ବର: ଯୁକ୍ତଦୁଇ ଛାତ୍ରଛାତ୍ରୀଙ୍କୁ ମାଗଣାରେ ଦିଆଯିବ ନିଟ୍ ଓ ଜେଇଇ କୋଚିଂ । ଆଶାୟୀଙ୍କୁ ସମ୍ପୂର୍ଣ୍ଣ ମାଗଣାରେ ଭର୍ଚୁଆଲ କୋଚିଂ ମିଳିବ । ଏଥିଲାଗି ଯୁକ୍ତଦୁଇ କଲେଜଗୁଡ଼ିକରେ ସ୍ମାର୍ଟ ଟିଭି ଓ ଇଣ୍ଟରାକ୍ଟିଭ୍ ପାନେଲ ଇନଷ୍ଟଲ୍‌ କରିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ନିର୍ଦ୍ଦେଶ ଦେଇଛି । ସବୁ ସରକାରୀ ଓ ଅନୁଦାନପ୍ରାପ୍ତ ବେସରକାରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦିଆଯାଇଛି । ସର୍ବଭାରତୀୟ ମେଡିକାଲ ଓ ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷାରେ ଓଡ଼ିଆ ଛାତ୍ରଛାତ୍ରୀଙ୍କ ସଫଳତା ହାର ବଢ଼ାଇବାକୁ ରାଜ୍ୟ  ସରକାର ଏହି ପ୍ରୟାସ ଆରମ୍ଭ କରିଛନ୍ତି ।