ପ୍ରଶାସନ ବାଲି ପକାଇ ନଥିବାରୁ ଘଟିଲା ଅଘଟଣ: ସୁଲୋଚନା ଦାସ

ନନ୍ଦିଘୋଷ ବ୍ୟୁରୋ: ଲିଙ୍ଗରାଜ ମହାଦୀପ ଉଠିଲା ବେଳେ ଆହତ ହୋଇଥିବା ସେବାୟତଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭେଟିଛନ୍ତି ବିଏମସି ମେୟର ସୁଲୋଚନା ଦାଶ ଓ ସ୍ଥାନୀୟ କର୍ପୋରେଟର । ସେବାୟତଙ୍କୁ ଭେଟି ତାଙ୍କର ସ୍ୱାସ୍ଥ୍ୟବସ୍ଥା ବୁଝିବା ସହ ଦୁର୍ଘଟଣା ସମ୍ପର୍କରେ ବୁଝିଥିଲେ । ବର୍ଷ ବର୍ଷ ଧରି ସମର୍ଥା ସେବାୟତ ଜୀବନକୁ ବାଜି ଲଗାଇ ଦେଉଳ ଉପରକୁ ଯାଆନ୍ତି । ହେଲେ ତାଙ୍କ ପାଇଁ ବୀମା ମଧ୍ୟ ନାହିଁ । ସେଥିପ୍ରତି ପ୍ରଶାସନ ଗୁରୁତ୍ୱ ଦେବାକୁ ଦାବି କରିଛନ୍ତି ସୁଲୋଚନା ଦାଶ । ଯୋଗେନ୍ଦ୍ର କହିଛନ୍ତି ଯେ ୧୯୯୬ ମସିହାରୁ ମାସକୁ ୨ ଥର ଚତୁର୍ଦ୍ଦଶୀ ଓ ମହାଶିବରାତ୍ରୀରେ ସେ ଦେଉଳ ଉପରକୁ ଦୀପ ନେଇ ଯାଆନ୍ତି । ମନ୍ଦିର ଉପରକୁ ଯିବା ବେଳେ ସେଠି ଯେମିତି ଗୋଡ଼ ନଖସିବ ସେଥିପାଇଁ ବାଲି ପଡ଼େ। ହେଲେ ବାଲି ଏଥର ପ୍ରଶାସନ ପକାଇବାକୁ ଭୁଲି ଯାଇଛି । ଗୋଡ଼ରେ ଘିଅ ଲାଗିବା କାରଣରୁ ଉପରକୁ ଚଢ଼ିବା ବେଳେ ହଠାତ୍ ଗୋଡ଼ ଖସିଗଲା । ଫଳରେ ସେ ଡେଇଁ ପଡ଼ିଲେ । ଯଦି ଖସି ଯାଇଥାନ୍ତେ ତେବେ ଆହୁରି ବଡ ଅଘଟଣ ହେଇଥାନ୍ତା । ସେ ଡେଇଁବା ବେଳେ ବାଲି ନଥିବାରୁ ଗଭୀର ଆଘାତ ଲାଗିଲା। ଯାହାର ତଦନ୍ତ ଆବଶ୍ୟକତା ରହିଛି ବୋଲି ମେୟର କହିଛନ୍ତି।