spot_img

Latest Posts

ସୁନା ବେଶରେ ସୁସଜ୍ଜିତ ତିନି ଠାକୁର, ରଥ ଉପରେ ଦେଉଛନ୍ତି ଦର୍ଶନ

ପୁରୀ: ତିନି ରଥରେ ବସି ବିଶ୍ୱବାସୀଙ୍କୁ ଦର୍ଶନ ଦେଉଛନ୍ତି ତିନି ଠାକୁର  । ମାଉସୀ ମା ଘରେ ପୋଡ଼ ପିଠା ଖାଇ ଫେରିବା ପରେ ଆଜି ମହଣ ମହଣ ସୁନାରେ ସୁସଜ୍ଜିତ ହେଉଛନ୍ତି  । ବଡ଼ଦାଣ୍ଡରେ ତିନି ରଥିରେ ତିନି ଠାକୁର ସୁନା ବେଶରେ ଦର୍ଶନ ଦେବାକୁ ପ୍ରସ୍ତୁତ ହେଉଛନ୍ତି  । ତେବେ  ସୁନାବେଶ (ବା ରାଜବେଶ ବା ବଡ଼ତଢାଉ ବେଶ) ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ଏକ ବିଶେଷ ବେଶ, ଯହିଁରେ ଦିଅଙ୍କୁ ସୁବର୍ଣ୍ଣ ଆଭୂଷଣରେ ସାଜ କରାଯାଏ ।

ସେବାୟତଙ୍କ ଦ୍ୱାରା ଶ୍ରୀମନ୍ଦିରରୁ ସୁନା ଆସିବା ପରେ ଶ୍ରୀଜୀଉଙ୍କୁ ସଜା ଯାଉଛି  । ଗୋଟେ ପରେ ଗୋଟେ ନୀତି କାନ୍ତି ଅନୁଷ୍ଠିତ ହେଉଛି  । ରଥଯାତ୍ରା ପ୍ରଭୁ ସୁନାବେଶରେ ଦର୍ଶନ ଦେଉଥିବାବେଳେ ଏଥିମଧ୍ୟରୁ ଶ୍ରୀମନ୍ଦିରସ୍ଥ ରତ୍ନସିଂହାସନ ଉପରେ ଶ୍ରୀଜୀଉମାନେ କାର୍ତ୍ତିକ ପୂର୍ଣ୍ଣିମା, ପୌଷ ପୂର୍ଣ୍ଣିମା, ଦୋଳ ପୂର୍ଣ୍ଣିମା ଓ ଦଶହରା ତିଥି ଗୁଡ଼ିକରେ ସୁନାବେଶରେ ସଜ୍ଜିତ ହୋଇଥାନ୍ତି  ।

ଅନ୍ୟପଟେ କେବଳ ଥରେ ମାତ୍ର ସମସ୍ତବର୍ଗର ଜନତାଙ୍କ ପାଇଁ ଆଷାଢ଼ ଶୁକ୍ଲ ଏକାଦଶୀଦିନ ସିଂହଦ୍ୱାରଠାରେ ରଖାଯାଇଥିବା ତିନିରଥ ଉପରେ ସୁନାବେଶରେ ସଜ୍ଜିତ ହୋଇଥାନ୍ତି ।ଶ୍ରୀଜୀଉମାନଙ୍କର ମଧ୍ୟାହ୍ନ ଧୂପ ଶେଷ ହେବା ପରେ, ପ୍ରାୟ ୨ଘଣ୍ଟା ସମୟ ବିନିମୟରେ ତିନିରଥ ଉପରେ ସୁନାବେଶ ଅନୁଷ୍ଠିତ ହୋଇଥାଏ । ଶ୍ରୀଜୀଉମାନେ ସୁନାବେଶରେ ପ୍ରାୟ ୬ଘଣ୍ଟା ପର୍ଯ୍ୟନ୍ତ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତି ।

Latest Posts

Don't Miss