ସୁନ୍ଦରଗଡ଼ରେ ଥମିବାର ନାଁ ଧରୁନି ସ୍କ୍ରବ ଟାଇଫସ ସଂକ୍ରମଣ

ରାଉରକେଲା: ସୁନ୍ଦରଗଡ଼ରେ ଥମିବାର ନାଁ ଧରୁନି ସ୍କ୍ରବ ଟାଇଫସ ସଂକ୍ରମଣ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୯ ଆକ୍ରାନ୍ତ । ନୂଆ ଆକ୍ରାନ୍ତଙ୍କୁ ମିଶାଇ ସୁନ୍ଦରଗ଼ଡରେ ଏବେ ମୋଟ ଆକ୍ରାନ୍ତଙ୍କ ସଂଖ୍ଯା ୨୭୨କୁ ବୃଦ୍ଧି ପାଇଛି । ତେବେ ଭୟ ନକରି ଲୋକମାନେ ସଚେତନ ରହିବାକୁ ପରାମର୍ଶ ଦେଇଛି ସ୍ବାସ୍ଥ୍ୟ ବିଭାଗ  । ସାମାନ୍ୟ ଜ୍ବର କିମ୍ବା ସେପରି କୌଣସି ଲକ୍ଷଣ ଦେଖାଗଲେ ସ୍କ୍ରବ ଟାଇଫସ ଟେଷ୍ଟ କରିବା ପାଇଁ ଦିଆଯାଇଛି । ସ୍କ୍ରବ ଟାଇଫସ ରୋଗୀଙ୍କ ଚିକିତ୍ସା ପାଇଁ ଯଥେଷ୍ଟ ଔଷଧ ଏବଂ ଡାକ୍ତର ରହିଛନ୍ତି । ଗୁରୁତର ରୋଗୀଙ୍କ ପାଇଁ ଆଇସିୟୁ ମଧ୍ୟ ରହିଛି । ଯେକୌଣସି ବେସରକାରୀ ଡାକ୍ତରଖାନାରେ ଆକ୍ରାନ୍ତ ଚିହ୍ନଟ ହେଲେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କିମ୍ବା ରାଉରକେଲା ଆରଜିଏଚକୁ ପଠାଇବାକୁ କୁହାଯାଇଛି  । ଗାଁ ଗାଁରେ ଡାକବାଜି ଯନ୍ତ୍ର ଦ୍ବାରା ସଚେତନା କରାଯାଉଥିବାବେଳେ ବିଭିନ୍ନ ଛକ ଓ ହାଟ ମାନଙ୍କରେ ପାଲା ମାଧ୍ୟମରେ ସ୍କ୍ରବ ଟାଇଫସ ରୋଗର ଲକ୍ଷଣ ଓ ନିରାକରଣ ସମ୍ପର୍କରେ ସଚେତନ କରାଯାଉଛି।