ଭିଜିଲାନ୍ସ ଜାଲରେ ଭୁବନେଶ୍ବର ଜନସ୍ବାସ୍ଥ୍ୟ ଡିଭିଜନର ଅଧୀକ୍ଷଣ ଯନ୍ତ୍ରୀ
1 min readଭୁବନେଶ୍ବର : ଭିଜିଲାନ୍ସ ଜାଲରେ ଭୁବନେଶ୍ବର ଜନସ୍ବାସ୍ଥ୍ୟ ଡିଭିଜନର ଅଧୀକ୍ଷଣ ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅଧୀକ୍ଷଣ ଯନ୍ତ୍ରୀ ବିଶ୍ବବନ୍ଧୁ ପାଣିଗ୍ରାହୀଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ । ଭୁବନେଶ୍ବର ସମେତ ଏକକାଳୀନ ୬ଟି ସ୍ଥାନରେ ରେଡ୍ ହୋଇଛି । ଭିଏସ୍ଏସ ନଗରରେ ଥିବା କୋଠା GL-73, ପ୍ଲଟ ନମ୍ବର 9505ରେ ଚଢ଼ାଉ ହୋଇଛି ।
ରୁଦ୍ରପୁର ଆସୋଟେକ ପ୍ରାଇଡରେ ଥିବା ଫ୍ଲାଟ, ଭଦ୍ରକ ମଠ ସାହିରେ ଥିବା କୋଠା, ଭଦ୍ରକ ତୋରଣପଡାସ୍ଥିତ ପୈତୃକ ଘର ଓ ଭିଏସ୍ଏସନଗର ସ୍ଥିତ ସମ୍ପର୍କୀୟଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ । ଉନ୍ନତି ଭବନରେ ଥିବା EICଙ୍କ କାର୍ଯ୍ୟାଳୟ ଭିତରେ ବି ଚାଲିଛି ରେଡ୍ । ଚଢ଼ାଉରେ ୭ DSPଙ୍କ ନେତୃତ୍ୱରେ ୫ ଇନ୍ସପେକ୍ଟର, ୮ ଏଏସଆଇ ସାମିଲ ହୋଇଛନ୍ତି । ଭୁବନେଶ୍ୱର ସ୍ପେଶାଲ ଜଜ୍ ଭିଜିଲାନ୍ସଙ୍କ ନିର୍ଦ୍ଦେଶ କ୍ରମେ ଚଢ଼ାଉ କରିଛି ଭିଜଲାନ୍ସ । ଦୁର୍ନୀତିଗସ୍ତ ଅଫିସରଙ୍କ ବିରୋଧରେ ଜିରୋ ଟଲରାନ୍ସ ନୀତି ଆପଣାଉଛନ୍ତି ରାଜ୍ୟ ସରକାର ।