କୋଟିଆ ବିବାଦ: ଆନ୍ଧ୍ରକୁ ନୋଟିସ ଜାରି କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: କୋରାପୁଟ ଜିଲ୍ଲା କୋଟିଆରେ ଆନ୍ଧ୍ରର ପଞ୍ଚାୟତ ନିର୍ବାଚନ ପ୍ରସଙ୍ଗ । ଆନ୍ଧ୍ରକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ । ସୁପ୍ରିମକୋର୍ଟରେ କୋଟିଆ ମାମଲାର ଶୁଣାଣି ହୋଇଛି । ଓଡ଼ିଶାର ଆବେଦନ ଉପରେ ଆନ୍ଧ୍ରକୁ ଜବାବ ତଲବ କରିଛନ୍ତି କୋର୍ଟ । ଆସନ୍ତା ୧୯ ଶୁକ୍ରବାର ମାମଲାର ପରବର୍ତ୍ତୀ ଶୁଣାଣି ହେବ । ଆନ୍ଧ୍ର ପ୍ରଦେଶ ଗଠନ ପୂର୍ବରୁ ୧୯୫୧ ମସିହାରୁ କୋଟିଆ ଅଧିବାସୀ ଓଡିଶାର କୋରାପୁଟ ଲୋକସଭା ନିର୍ବାଚନମଣ୍ଡଳୀ ଓ ପଟାଙ୍ଗି ବିଧାନସଭା ନିର୍ବାଚନମଣ୍ଡଳୀରେ ଭୋଟ ଦେଇ ଆସୁଛନ୍ତି । ୧୯୫୬ ମସିହାରେ ଆନ୍ଧ୍ର ପ୍ରଦେଶ ଗଠନ ହୋଇଛି । ୧୯୬୮ରେ ଏହି ସୀମା ବିବାଦର ଶୁଣାଣି କରି ସୁପ୍ରିମକୋର୍ଟ ସ୍ଥିତାବସ୍ଥା ବଜାୟ ରଖିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହାର ଅବମାନନା କରି ଆନ୍ଧ୍ରପ୍ରଦେଶ ନିର୍ବାଚନ କମିଶନଙ୍କ ପକ୍ଷରୁ କୋଟିଆର ୩ଟି ପଞ୍ଚାୟତରେ ନିର୍ବାଚନ କରିବାକୁ ବିଜ୍ଞପ୍ତି ପ୍ରକାଶ କରିଛନ୍ତି । କୋଟିଆର ଫଗୁସେନାରୀ, ଫଟୁସେନାରୀ ଓ ଗଞ୍ଜେଇପଦର ଗାଁରେ ନିର୍ବାଚନ କରୁଛି ଆନ୍ଧ୍ର ସରକାର । ଏହି ୩ଟି ଗାଁ କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ତହସିଲ ଅଧୀନରେ ଅଛି । ୨୦୦୬ରେ ସୁପ୍ରିମକୋର୍ଟ ମାମଲା ଖାରଜ କରିବା ସହ ୧୯୬୮ ମସିହାର ସ୍ଥିତାବସ୍ଥା ବଜାୟ ରଖିବାକୁ କହିଥିଲେ ।

ଏଥିସହିତ ପଢ଼ନ୍ତୁ: ସାରା ବିଶ୍ୱକୁ କବଳିତ କରିପାରେ କରୋନାର ୧.୧.୭ ଷ୍ଟ୍ରେନ୍: ୭୦ ପ୍ରତିଶତ ଅଧିକ ସଂକ୍ରମିତ ହୁଏ

Leave a Reply