ରାହୁଲ ଗାନ୍ଧୀଙ୍କୁ ଦଣ୍ଡାଦେଶ ମାମଲା : ତତ୍କାଳ ଶୁଣାଣି ପାଇଁ କୋର୍ଟଙ୍କ ଗ୍ରୀନ ସିଗନାଲ

ନୂଆଦିଲ୍ଲୀ :  ମାନହାନି ମାମଲାରେ ରାହୁଲଙ୍କୁ ଦଣ୍ଡାଦେଶ ମାମଲା । ଆସନ୍ତା ୨୧ ତାରିଖରେ ଶୁଣାଣି କରିବେ ସର୍ବୋଚ୍ଚ କୋର୍ଟ । ମୋଦି ସାଙ୍ଗିଆ ମାନହାନି ମାମଲାରେ ଗୁଜରାଟ କୋର୍ଟ ରାହୁଲ ଗାନ୍ଧୀଙ୍କୁ ଦୁଇ ବର୍ଷ ଜେଲ ଦଣ୍ଡ ଶୁଣାଇଥିଲେ । ଗୁଜରାଟ ହାଇକୋର୍ଟରେ ବି ସଜା କାଏମ ରହିଥିଲା । ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ପିଟିସନ ଦାଏର ହୋଇଥିବା ବେଳେ ତତ୍କାଳ ଶୁଣାଣି ପାଇଁ ରାଜି ହୋଇଛନ୍ତି କୋର୍ଟ। ମୋଦି ସରନେମ ମାମଲାରେ ଦୋଷୀ ସାବ୍ୟସ୍ତ ପରେ ରାହୁଲଙ୍କ ଲୋକସଭା ସଦସ୍ୟତା ରଦ୍ଦ ହୋଇଥିଲା ।