ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକରେ ବିଶିଷ୍ଠ ବ୍ୟକ୍ତିଙ୍କ ଶୋକପ୍ରକାଶ

1 min read

ଭୁବନେଶ୍ୱର : ପୂର୍ବତନ  ବାଚସ୍ପତି ତଥା ବର୍ତମାନର ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଏକ ବାର୍ତ୍ତରେ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ପାତ୍ର ଜଣେ ଦକ୍ଷ  ପ୍ରଶାସକ ଓ ସଂଗଠକ  ଭାବରେ  ବର୍ଣ୍ଣନା  କରିଛନ୍ତି  । ବିଭିନ୍ନ ବିଭାଗର ମନ୍ତ୍ରୀ ଭାବରେ ସେ ରାଜ୍ୟର ଉନ୍ନୟନ ପ୍ରକ୍ରିୟାକୁ କ୍ରିୟାଶୀଳ କରିଥିଲେ। ସେହିପରି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଗଭିର ଶୋକପ୍ରକାଶ କରିବା ସହ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି । ଲୋକ ପ୍ରତିନିଧି ଭାବେ ଅାଜୀବନ ଲୋକସେବା ପାଇଁ ସେ ସ୍ମରଣୀୟ ହୋଇ ରହିବେ ବୋଲି ରାଜ୍ୟପାଳ କହିଛନ୍ତି । ଅନ୍ୟପଟେ ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଦେହାନ୍ତରେ ଗଭୀର ଶୋକ ପ୍ରକାଶ କରିଛନ୍ତି ବିଜେଡି ସାଂସଦ ମାନସ ମଙ୍ଗରାଜ ।  ସେ କହିଛନ୍ତି ସୂର୍ଯ୍ୟ ନାରାୟଣ ପାତ୍ର ଦେହାନ୍ତ କେବଳ ବିଜୁ ଜନତା ଦଳ ପାଇଁ ନୁହେଁ ସମଗ୍ର ଓଡ଼ିଶା ରାଜନୀତି ପାଇଁ ଅପୁରଣୀୟ କ୍ଷତି । ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଗଢିର ଶୋକପ୍ରକାଶ କରିଛନ୍ତି ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି । ସେ କହିଛନ୍ତି ଆମ ଦଳର ଜଣେ ଉତ୍ସର୍ଗୀକୃତ ନେତା, ଗଞ୍ଜାମର ଟାଣୁଆସଂଗଠକ । ତୃଣମୂଳ ସ୍ତରରୁ ଆସି ଓଡ଼ିଶାର ବାଚସ୍ପତି ହେବା ପର୍ଯ୍ୟନ୍ତ ତାଙ୍କ ଯାତ୍ରା ପ୍ରରଣାର ଉତ୍ସହେବ ।Speaker Surya Narayan Patra says Assembly panel will visit site after  parties finish their jobs- The New Indian Express

ସେହିପରି ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ଛତିଶଗଡ଼ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ । ସେ କହିଛନ୍ତି ଯେ ସୂର୍ଯ୍ୟ ପାତ୍ରଙ୍କ ବିୟୋଗରେ ସେ ଅତ୍ୟନ୍ତ ମର୍ମାହତ ଓ ଦୁଃଖିତ l ସ୍ୱର୍ଗତ ପାତ୍ର ବିଧାୟକ, ମନ୍ତ୍ରୀ ଓ ବାଚସ୍ପତି ଭାବରେ ତାଙ୍କର ସମସ୍ତ କାର୍ଯ୍ୟ ସୂଚାରୁ ରୂପେ ସମ୍ପାଦନ କରିଥିଲେ l ତାଙ୍କ ବିୟୋଗରେ ରାଜ୍ୟ ଜଣେ ପୁରୁଖା ନେତାଙ୍କୁ ହରାଇଲା ବୋଲି ରାଜ୍ୟପାଳ ପ୍ରକାଶ କରିଛନ୍ତି l ଅପରପକ୍ଷେ ବରିଷ୍ଠ ନେତା ଦାମୋଦର ରାଉତ ସୂର୍ଯ୍ୟପାତ୍ରଙ୍କ ଦେହାନ୍ତ ଖବର ଶୁଣି ଅତ୍ୟନ୍ତ ମର୍ମାହତ ଓ ଦୁଖିତ କହିଛନ୍ତି । ସେ କହିଛନ୍ତି ସୂର୍ଯ୍ୟ ମୋ ଠାରୁ ୮ବର୍ଷ ସାନ କିନ୍ତୁ ମୋର ସେ ଜଣେ ଭଲ ବନ୍ଧୁ ଥିଲେ । ଅନ୍ୟପଟେ ପିସିସି ସଭାପତି ଶରତ ପଟ୍ଟନାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ସେହାନ୍ତ ଖବର ଶୁଣି ଗଭିର ଶୋକପ୍ରକାଶ କରିଛନ୍ତି ।  ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକ ମଧ୍ୟ ସୂର୍ଯ୍ୟ ପାତ୍ରଙ୍କ ପରଲୋକ ଖବର ପାଇ ଶୋକପ୍ରକାଶ କରିଛନ୍ତି । ସେ କହିଛନ୍ତି ରାଜନୀତିରୁ ଉର୍ଦ୍ଧରେ ଥିଲେ ସୂର୍ଯ୍ୟ ପାତ୍ର ଓଡ଼ିଶା ରାଜନୀତିର ଅପୁରଣୀୟ କ୍ଷତି ।