ସକାଳ ଓ ନନ୍ଦିଘୋଷ ଟିଭି ପକ୍ଷରୁ ଆୟୋଜିତ ହେଉଛି ଗୁରୁବ୍ରହ୍ମା ସମ୍ମାନ କାର୍ଯ୍ୟକ୍ରମ

ଭୁବନେଶ୍ୱର: ଆଜି ଗୁରୁଦିବସ । ଗୁରୁଶିଷ୍ୟ ସମ୍ପର୍କର ପବିତ୍ର ଦିନ । ସ୍ବାଧୀନ ଭାରତର ପ୍ରଥମ ଉପରାଷ୍ଟ୍ରପତି ତଥା ଦ୍ବିତୀୟ ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଦିବସ ସେପ୍ଟମ୍ବର ୫ ତାରିଖକୁ ଗୁରୁଦିବସ ଭାବେ ପାଳନ କରାଯାଉଛି । ଆଜିର ପବିତ୍ର ଦିନରେ ଗୁରୁଙ୍କୁ ସମ୍ମାନିତ କରିବାକୁ ନନ୍ଦିଘୋଷ ଟିଭି ଓ ସକାଳ ପକ୍ଷରୁ ଆୟୋଜନ କରାଯାଉଛି ନିଆରା କାର୍ଯ୍ୟକ୍ରମ ଗୁରୁବ୍ରହ୍ମା । ଅପରାହ୍ମ ୪ଟାରେ ଭୁବନେଶ୍ବରରେ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି ।

ଏହି ଅବସରରେ ରାଜ୍ୟର ପ୍ରାଥମିକ, ମାଧ୍ୟମିକ, ଓ ଉଚ୍ଚ ମାଧ୍ୟମିକ ସ୍କୁଲର ୧୬ ଜଣ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ସମ୍ମାନିତ କରାଯିବ । ସମ୍ମାନ ସହିତ ଆର୍ଥିକ ପୁରସ୍କାର ପ୍ରଦାନ କରାଯିବ । ଉତ୍ସବରେ ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ମୁଖ୍ୟ ଅତିଥି ଭାବେ ଯୋଗଦେବେ । ସମ୍ମାନିତ ଅତିଥି ଭାବେ ସ୍କୁଲ ଏବଂ ଗଣ ଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ, ସକାଳର ସଂପାଦକ ଡଃ. ଉମାକାନ୍ତ ମିଶ୍ର ଓ ସିଭିରମଣ ଗ୍ଲୋବାଲ ୟୁନିଭରସିଟିର ଅଧ୍ୟକ୍ଷ ପ୍ରଫେସର ସଞ୍ଜୀବ ରାଉତ ଯୋଗଦେବେ ।