ଉପକୂଳ ଓଡ଼ିଶାରେ ୩ ରୁ ୪ ଡିଗ୍ରୀ ବଢ଼ିପାରେ ତାପମାତ୍ରା

Thunderstorm with lightning Alert To 14 District Of Odisha

ଭୁବନେଶ୍ୱର: ଆସନ୍ତା ଦୁଇ ଦିନ ଉପକୂଳରେ ବର୍ଷିବ ଅଗ୍ନି  । ସ୍ବାଭାବିକ ଠାରୁ ୩ ରୁ ୪ଡିଗ୍ରୀ ବଢିବ ପାରଦ ଏନେଇ ୩ ଜିଲ୍ଲାକୁ ହିଟ୍ଓ୍ବେଭ ଆଲର୍ଟ ଜାରି କରାଯାଇଛି । ଉପକୂଳ ଓଡ଼ିଶାରେ ପାରଦ ବଢୁଥିବା ବେଳେ ଆଭ୍ୟନ୍ତରୀଣ ଓଡ଼ିଶାରେ କାଳ ବୈଶାଖୀ ସମ୍ଭାବନା । ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ଖୋର୍ଦ୍ଧା, କଟକ ଏବଂ ନୟାଗଡ ଜିଲ୍ଲାରେ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୨୯ ଓ ୩୦ ତାରିଖରେ ରାଜ୍ୟର ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି । ବିଶେଷ କରି ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ଗଞ୍ଜାମ ଏବଂ ଗଜପତି ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ହେବ । ବର୍ଷା ସମୟରେ ଘଣ୍ଟା ପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏଥିପାଇଁ ଦୁଇଦିନ ପର୍ଯ୍ୟନ୍ତ ମତ୍ସଜୀବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି ।

ପ୍ୟାଙ୍ଗୋଗରେ ଭାରତୀୟ ଯବାନଙ୍କ ଡ୍ୟାନ୍ସ, ଭାଇରାଲ ହେଉଛି ଭିଡିଓ

Leave a Reply