ପୁଣି ବଢ଼ିବ ତାତି: ୩ ଦିନ ଯାଏଁ ନାହିଁ ନିସ୍ତାର

1 min read

ଭୁବନେଶ୍ୱର: ପୁଣି ତାତିବ ଓଡ଼ିଶା । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଆଭ୍ୟନ୍ତରୀଣ ଜିଲ୍ଲାଗୁଡିକରେ ତାପମାତ୍ରା ବୃଦ୍ଧି ହେବ ବୋଲି ଆକଳନ କରାଯାଇଛି । ସ୍ବାଭାବିକଠାରୁ ୩ରୁ ୪ ଡିଗ୍ରୀ ବଢିବ ତାପମାତ୍ରା । ଅଧିକାଂଶ ଜିଲ୍ଲାର ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତାଠାରୁ ଅଧିକ ରହିବ। ରାଜଧାନୀ ଭୁବନେଶ୍ବର ସମେତ ବଲାଙ୍ଗୀର, ଟିଟିଲାଗଡ, ସୁନ୍ଦରଗଡ, ଝାରସୁଗୁଡା, ଅନୁଗୁଳ, ଢେଙ୍କାନାଳ, କଟକ, ଭଦ୍ରକ, ମୟୂରଭଞ୍ଜ ଏବଂ ମାଲକାନଗିରିରେ ତାପମାତ୍ରା ବୃଦ୍ଧି ହେବ । କାଳବୈଶାଖୀ ନେଇ ମଧ୍ୟ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର । ଆଜିଠାରୁ ୨୧ ତାରିଖ ପର୍ଯ୍ୟନ୍ତ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର, ଭଦ୍ରକ, କଟକ, କେନ୍ଦ୍ରାପଡା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ସୁନ୍ଦରଗଡ, କେରାପୁଟ, ମାଲକାନଗିରି, ରାୟଗଡା ଏବଂ ଗଜପତି ଜିଲ୍ଲାରେ ଘଡଘଡି ସହ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି । ବର୍ଷା ସହ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ । ୨୨ ତାରିଖ ପରେ ପାଗରେ ପରବର୍ତ୍ତନ ଆସିବ ବୋଲି ଭୁବନେଶ୍ବର ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ଏଥିସହିତ ପଢ଼ନ୍ତୁ: କରୋନା ରୋଗୀଙ୍କୁ ଆଶ୍ୱସ୍ତି, କମିଲା Remdesivir ଦାମ୍

Leave a Reply