ବିବାହର ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ଦୁଷ୍କର୍ମ ମାମଲା: ଅଭିଯୁକ୍ତକୁ ୧୪ ବର୍ଷ ଜେଲଦଣ୍ଡ

କଟକ: ବିବାହର ପ୍ରଲୋଭନ ଦେଖାଇ ନାବାଳିକାକୁ ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୧୪ ବର୍ଷର ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି କଟକ ସ୍ବତନ୍ତ୍ର ପୋକ୍ସୋ କୋର୍ଟ । ଏହା ସହ ୧୬ ହଜାର ଟଙ୍କାର ଜୋରିମାନା ନିର୍ଦ୍ଦେଶ ଦେଇଛନ୍ତି । ଜରିମାନା ଅନାଦେୟ ୬ ମାସ ଅଧିକ କାରାଦଣ୍ଡ ଭୋଗିବାକୁ ପଡ଼ିବ । ବିବାହର ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ଦୁଷ୍କର୍ମ କରିଥିଲା ଅଭିଯୁକ୍ତ ରଜନୀ ନାୟକ । ଏନେଇ ବଡ଼ମ୍ବା ଥାନାରେ ଅଭିଯୋଗ ପରେ ତଦନ୍ତ କରି ଅଭିଯୁକ୍ତକୁ ଗିରଫ କରିଥିଲା ପୋଲିସ । ୧୦ ଜଣ ସାକ୍ଷୀ ଓ ୧୮ ଟି ଡକ୍ୟୁମେଣ୍ଟ ଆଧାରରେ ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ । ଏହାଛଡ଼ା ନାବାଳିକାଙ୍କୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।