ସରିଲା ସର୍ବଦଳୀୟ ବୈଠକ, ଏଥର ବି କୋଭିଡ୍ କଟକଣାରେ ଚାଲିବ ବିଧାନସଭା

ଭୁବନେଶ୍ୱର: ଏଥର ବି କୋଭିଡ୍ କଟକଣାରେ ଚାଲିବ ବିଧାନସଭା ବଜେଟ ଅଧିବେଶନ । ବଜେଟ ଅଧିବେଶନ ପୂର୍ବରୁ ସମସ୍ତ ବିଧାୟକଙ୍କର କରୋନା ଟେଷ୍ଟ କରାଯିବ ବିଧାୟକଙ୍କ ବ୍ୟତୀତ ଗଣମାଧ୍ୟମ ପ୍ରତିନଧିଙ୍କ ସହ ବିଧାନସଭା କର୍ମଚାରୀଙ୍କର ମଧ୍ୟ କରୋନା ଟେଷ୍ଟ କରାଯିବ । ପୂର୍ବରୁ ରହିଥିବା ନିୟମ ଅନୁସାରେ ଅଧିବେଶନ ବସିବ ସର୍ବଦଳୀୟ ବୈଠକ ପରେ ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଏହି ସୂଚନା ଦେଇଛନ୍ତି ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଆଜି ସର୍ବଦଳୀୟ ବୈଠକ ବସିଥିଲା ବିଧାନସଭା ବଜେଟ ଅଧିବେଶନ ସୁରୁଖୁରୁରେ ଚଳାଇବା ନେଇ ବୈଠକରେ ଆଲୋଚନା ହୋଇଛି ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ବରିଷ୍ଠ ବିଧାୟକ ଦେବୀ ପ୍ରସାଦ ମିଶ୍ର, ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ, ବିରୋଧୀ ଦଳ ଉପ ନେତା ବିଷ୍ଣୁ ଚରଣ ସେଠୀ ବୈଠକରେ ଯୋଗ ଦେଇଥିଲେ । ସେହିପରି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଭିଡିଓ କନଫରମେନ୍ସ ଜରିଆରେ ଉପସ୍ଥିତି ରହିଥିଲେ ।

ସୂଚନା ଅନୁସାରେ ଆସନ୍ତା ମାର୍ଚ୍ଚ ୨୫ ତାରିଖରୁ ଆରମ୍ଭ ହେବ ବିଧାନସଭାର ବଜେଟ ଅଧିବେଶନ । ମାର୍ଚ୍ଚ ୨୫ରୁ ଆରମ୍ଭ ହୋଇ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ବଜେଟ ଅଧିବେଶନ । ଚଳିତ ଥର ବିଧାନସଭାର ବଜେଟ ଅଧିବେଶନ ୫ ଘଣ୍ଟା ଚାଲିବ । ସକାଳ ୧୦.୩୦ରୁ ୧.୩୦ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଓ ୩ଟାରୁ ୫ଟା ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଚାଲିବ । ୩୦ ତାରିଖରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୨୨୩ ବର୍ଷ ପାଇଁ କାମଚଳା ବଜେଟ୍ ଆଗତ କରିବେ