ମାଟ୍ରିକ୍ ରେଜଲ୍ଟ ପ୍ରକାଶ ପରେ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, ମୋଟ ପାସ୍ ହାର ୯୦.୫୫ପ୍ରତିଶତ
1 min readକଟକ: ପ୍ରକାଶ ପାଇଛି ଚଳିତ ବର୍ଷର ମାଟ୍ରିକ୍ ରେଜଲ୍ଟ । କଟକସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ୍ ଆନୁଷ୍ଠାନିକ ଭାବରେ ଫଳ ଘୋଷଣା କରିଥିଲେ । ଚଳିତ ବର୍ଷ ମୋଟ ୫ ଲକ୍ଷ ୨୬ ହଜାର ୮୧୮ ପିଲା ପରୀକ୍ଷା ଦେଇଥିଲେ । ସେଥିମଧ୍ୟରୁ ୫ ଲକ୍ଷ ୧୭ ହଜାର ୮୪୭ ଛାତ୍ରଛାତ୍ରୀ ପାସ୍ କରିଥିବାବେଳେ ୮ ହଜାର ୬୯୯ ଛାତ୍ରଛାତ୍ରୀ ଚଳିତ ବର୍ଷ ମାଟ୍ରିକ୍ ପରୀକ୍ଷାରେ ଫେଲ୍ ହୋଇଛନ୍ତି । ମୋଟ ପାସ୍ ହାର ୯୦.୫୫ ପ୍ରତିଶତ ରହିଛି । ତେବେ ଚଳିତ ବର୍ଷ ମାଟ୍ରିକ୍ ପରୀକ୍ଷାରେ ଛାତ୍ରଙ୍କୁ ପଛରେ ପକାଇଛନ୍ତି ଛାତ୍ରୀ । ଛାତ୍ରୀଙ୍କ ପାସ୍ ହାର ୯୨.୩୭ ପ୍ରତିଶତ ରହିଥିବାବେଳେ ଛାତ୍ରଙ୍କ ପାସ୍ ରହିଛି ୮୮.୭୭ ପ୍ରତିଶତ ।
ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା। ପରୀକ୍ଷା ଦେଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କର ଉଦ୍ୟମ ପ୍ରଶଂସନୀୟ। ଆଶାତୀତ ଫଳାଫଳ ପାଇ ନଥିବା ଛାତ୍ରଛାତ୍ରୀ ମାର୍କ ନିର୍ବିଶେଷରେ ସର୍ବଦା ଆଗକୁ ବଢିବାର ଇଚ୍ଛା ନେଇ ଆତ୍ମବିଶ୍ବାସର ସହ କଠୋର ପରିଶ୍ରମ ଜାରି ରଖନ୍ତୁ। pic.twitter.com/jMwMw8N0k1
— Naveen Patnaik (@Naveen_Odisha) July 6, 2022
ଚଳିତ ବର୍ଷ ସମୁଦାୟ ୫ ଲକ୍ଷ ୭୧ ହଜାର ୯୦୯ ଜଣ ବିଦ୍ୟାର୍ଥୀ ମାଟ୍ରିକ ପରିକ୍ଷା ଦେବା ପାଇଁ ଫର୍ମ ପୂରଣ କରିବା ବେଳେ ୫ ଲକ୍ଷ ୨୬ ହଜାର ୮୧୮ ଜଣ ପରୀକ୍ଷା ଦେଇଥିଲେ । ୧୧୭୦ଟି ବିଦ୍ୟାଳୟର ଶତପ୍ରତିଶତ ବିଦ୍ୟାର୍ଥୀ କୃତକାର୍ଯ୍ୟ ହୋଇଥିବା ବେଳେ ୩ ବିଦ୍ୟାଳୟର କୌଣସି ଛାତ୍ରଛାତ୍ରୀ କୃତ କାର୍ଯ୍ୟ ହୋଇପାରି ନାହାନ୍ତି ।
ମାଟ୍ରିକ୍ ରେଜଲ୍ଟ ପ୍ରକାଶ ପାଇବା ପରେ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା । ପରୀକ୍ଷା ଦେଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କର ଉଦ୍ୟମ ପ୍ରଶଂସନୀୟ । ଆଶାତୀତ ଫଳାଫଳ ପାଇନଥିବା ଛାତ୍ରଛାତ୍ରୀ ମାର୍କ ନିର୍ବିଶେଷରେ ସର୍ବଦା ଆଗକୁ ବଢ଼ିବାର ଇଚ୍ଛା ନେଇ ଆତ୍ମବିଶ୍ୱାସର ସହ କଠୋର ପରିଶ୍ରମ ଜାରି ରଖନ୍ତୁ ବୋଲି ଟ୍ୱିଟ୍ କରି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।