spot_img

Latest Posts

ନବରଙ୍ଗପୁରରେ ଗଡ଼ିଲା ଲକ୍ଷ୍ମୀ ବସ, ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ନବରଙ୍ଗପୁର: ନବରଙ୍ଗପୁରରେ ଗଡ଼ିଲା ଲକ୍ଷ୍ମୀ ବସ। ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବରଙ୍ଗପୁରରେ ୪୪ଟି ବସ୍ ଚାଲିବ। ଏହାଦ୍ୱାରା ଉପାନ୍ତ ଅଞ୍ଚଳରେ ଗମନାଗମନରେ ଉନ୍ନତି ଆସିବ। ମିଶନ ଶକ୍ତି ମହିଳା, ଭିନ୍ନକ୍ଷମ, ଗର୍ଭବତୀ ମହିଳା ସହଜରେ ପଞ୍ଚାୟତରୁ ବ୍ଲକ କାର୍ଯ୍ୟାଳୟକୁ ଯାଇପାରିବେ। ଗ୍ରାମାଞ୍ଚଳ ପରିବହନରେ ରୂପାନ୍ତର ଆଣିବ ଲକ୍ଷ୍ମୀ ବସ୍ ସେବା।

ବସ୍ ଯୋଜନାର ଶୁଭାରମ୍ଭ କରିବା ଅବସରରେ ଉଦ୍‌ବୋଧନ ଦେଇ ନବରଙ୍ଗପୁର ଜିଲ୍ଲାବାସୀଙ୍କୁ ମୁଖ୍ୟମନ୍ତ୍ରୀ କହିଲେ, ଦୁର୍ଗମ ଅଞ୍ଚଳରେ ଗମନାଗମନ ଏକ ବଡ ସମସ୍ୟା।  ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତରୁ ଲୋକଙ୍କ ଯିବା ଆସିବାର ଅସୁବିଧା ବିଷୟରେ ମୁଁ ଜାଣିବା ପରେ ଆମର ଏହି ଲକ୍ଷ୍ମୀ ଯୋଜନା ଆରମ୍ଭ କରାଗଲା। ଲକ୍ଷ୍ମୀ ଯୋଜନାରେ ଗମନାଗମନ ଓ ପରିବହନ ବ୍ୟବସ୍ଥାରେ ଆପଣଙ୍କ ଗାଁ ଏବେ ଯୋଡି ହେଲା ।  ଏହା ଦ୍ୱାରା ଗ୍ରାମାଞ୍ଚଳରେ ସାମାଜିକ ସଂପର୍କ ମଜବୁତ୍ ହେବା ସହିତ ଅର୍ଥନୀତି ମଧ୍ୟ ଆହୁରି ସୁଦୃଢ ହେବ ବୋଲି ସେ କହିଥିଲେ।

ପରିବହନ ବ୍ୟବସ୍ଥାକୁ ସୁଦୃଢ କରିବା ସହିତ ପର୍ଯ୍ୟଟନ ତଥା ଆଞ୍ଚଳିକ ଆର୍ଥିକ ବ୍ୟବସ୍ଥାକୁ ପ୍ରୋତ୍ସାହିତ କରିବା ଲକ୍ଷ୍ମୀ ଯୋଜନାର ମୁଖ୍ୟ ଉଦ୍ଦେଶ୍ୟ। ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ମହିଳା କଣ୍ଡକ୍ଟର ଓ ମିଶନ ଶକ୍ତି ମହିଳା। ନବରଙ୍ଗପୁର ଜିଲ୍ଲାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପରିବହନ ମନ୍ତ୍ରୀ ଟୁକୁନି ସାହୁ, ପରିବହନ ସଚିବ ଉଷା ପାଢ଼ୀଙ୍କ ସହ ଜିଲ୍ଲାର ସମସ୍ତ ବିଧାୟକ, ସାଂସଦ ଓ ନେତୃମଣ୍ଡଳୀ ଯୋଗଦେଇଥିଲେ।

 

Latest Posts

Don't Miss