ରାଜ୍ୟର ପ୍ରଥମ ଆଦର୍ଶ ମହିଳା ଭେଣ୍ଡିଂଜୋନ୍ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ପ୍ରଥମ ଆଦର୍ଶ ମହିଳା ଭେଣ୍ଡିଂ ଜୋନ୍ ଲୋକାର୍ପିତ । ଏହି ଆଦର୍ଶ ମହିଳା ଭେଣ୍ଡିଂଜୋନକୁ ଲୋକାର୍ପିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱର କସମୋପଲିସ ଅଞ୍ଚଳରେ ବିଏମସି ପକ୍ଷରୁ ନିର୍ମାଣ କରାଯାଇଛି ଏହି ସ୍ୱତନ୍ତ୍ର ତଥା ଆଦର୍ଶ ଭେଣ୍ଡିଂ ଜୋନ। ଭେଣ୍ଡିଂ ଜୋନରେ ୪୨ଟି ଦୋକାନ ରହିଛି । ଏଥିପାଇଁ ମୋଟ ୧ କୋଟି ୭ ଲକ୍ଷ ଟଙ୍କା ବିନିଯୋଗ ହୋଇଛି ।

ଅଭିରାମ ଆଞ୍ଚଳିକ ମହିଳା ମହାସଂଘ ଦ୍ୱାରା ଏହି ଭେଣ୍ଡିଂ ଜୋନ ନିର୍ମାଣ କରାଯାଇଛି । ଭେଣ୍ଡିଂ ଜୋନରେ ପାନୀୟ ଜଳ, ଶୌଚାଳୟ, ବସିବା ପାଇଁ ଚୌକି, ଆଲୋକୀକରଣ ସହିତ ପର୍ଯ୍ୟାପ୍ତ ପାର୍କିଂ ବ୍ୟବସ୍ଥା କରାଯାଇଛି । ଆଗକୁ ବିଏମସିର ଅନ୍ୟ ଜୋନରେ ଅନୁରୂପ ମହିଳା ଭେଣ୍ଡିଂ ଜୋନ ପ୍ରତିଷ୍ଠା କରାଯାଇ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀଙ୍କୁ ଆତ୍ମନିର୍ଭରଶୀଳ ହେବାକୁ କରିବାକୁ ବିଏମସି ଯୋଜନା ରଖିଛି ।