ନବରଙ୍ଗପୁରରେ ପୋଲିସ ଗାଡି ଓଲିଟିବା ଘଟଣା, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

1 min read

ନବରଙ୍ଗପୁର: ନବରଙ୍ଗପୁରରେ ପୋଲିସ ଗାଡି ଓଲିଟିବା ଘଟଣା । ଏହି ଘଟଣାରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିର୍ବାଚନ ଡ୍ୟୁଟିରେ ଯାଉଥିବା ପୋଲିସ ବସ୍ ଦୁର୍ଘଟଣାରେ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ବିଷୟରେ ଜାଣି ସେ ଦୁଃଖିତ ଥିବା ଟ୍ବିଟ୍ କରି ଜଣାଇଛନ୍ତି । ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇବା ସହ ଆହତଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆସନ୍ତାକାଲି ହେବାକୁ ଥିବା ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ୪୫ରୁ ଅଧିକ ଗ୍ରାମରଖିଙ୍କୁ ନେଇ ନବରଙ୍ଗପୁର ପୋଲିସ ରିଜର୍ଭ ଅଫିସରୁ କୋଷାଗୁମୁଡ଼ା ଅଭିମୁଖେ ଯାଉଥିବା ବସ ସୋରିଷପଦରର ଏକ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଓଲଟିପଡିଥିଲା । ଫଳରେ ଘଟଣା ସ୍ଥଳରେ ୩ ଜଣ ଗ୍ରାମରକ୍ଷୀଙ୍କ ମୃତ୍ୟୁ ହୋଇଥିଲା । ୨୫ରୁ ଅଧିକ ଆହତ ହୋଇଛନ୍ତି । ୩ ଜଣଙ୍କୁ ଗୁରୁତର ଅବସ୍ଥାରେ କୋରାପୁଟ ମେଡ଼ିକାଲ କଲେଜକୁ ସ୍ଥାନାନ୍ତରିତ କରାଯାଇଛି।

ଏହି ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିବା ୩ ଗ୍ରାମରଖି ହେଉଛନ୍ତି ନବରଙ୍ଗପୁର ଇଛାବତୀଗୁଡ଼ାର ଶେଷା ରାଓ, ଖାତିଗୁଡା ଥାନା ଅଞ୍ଚଳର ରବି ବିଶୋଇ, ଓ ଡ଼ଙ୍ଗରଭେଜା ଫାଣ୍ଡି ଅଞ୍ଚଳର ଜଗବନ୍ଧୁ ଗୌଡ଼ । ତେବେ ମେଡିକାଲରେ ଚିକିତ୍ସିତ ହେଉଥିବା ଆହତ ଓ ଗୁରୁତରମାନଙ୍କୁ ଆବଶ୍ୟକୀୟ ଚିକିତ୍ସା ପ୍ରଦାନ କରାଯିବ ଏବଂ ମୃତକଙ୍କ ପରିବାରକୁ ସରକାରୀ ନିୟମ ଅନୁଯାୟୀ ଅନୁକମ୍ପା ରାଶି ପ୍ରଦାନ କରାଯିବ ବୋଲି ନବରଙ୍ଗପୁର ଜିଲ୍ଲାପାଳ ଡଃ. କମଳଲୋଚନ ମିଶ୍ର ସୂଚନା ଦେଇଛନ୍ତି । ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝୀ ଏବଂ ବିଧାୟକ ସଦାଶିବ ପ୍ରଧାନୀ ମେଡିକାଲରେ ଆହତମାନଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିଛନ୍ତି ।

Leave a Reply